ରାଜ୍ୟରେ ଗୋଟିଏ ଦିନରେ ୫୭୩ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩,୪୩,୨୬୮

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୫୭୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩,୪୩,୨୬୮ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩,୩୭,୯୩୫ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ମାମଲା ୩,୩୫୮. ରହିଛି ।

ଆଜି ଚିହ୍ନଟ ହୋଇଥିବା ୫୭୩ ଜଣଙ୍କ ମଧ୍ୟରୁ ୩୩୭ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୩୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୯୬ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୧ ଜଣ, ବରଗଡ଼ରୁ ୪୩ ଜଣ, ଭଦ୍ରକରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୨୦ ଜଣ, ବୌଦ୍ଧରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

କଟକରୁ ୨୮ ଜଣ, ଦେବଗଡ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୩ ଜଣ, ଗଞ୍ଜାମରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୪ ଜଣ, ଯାଜପୁରରୁ ୧୩ ଜଣ, ଝାରସୁଗୁଡ଼ାରୁ ୩୯ ଜଣ, କଳାହାଣ୍ଡିରୁ ୨୪ ଜଣ, କନ୍ଧମାଳ ଜିଲ୍ଲାରୁ ୧ ଜଣ. କେନ୍ଦ୍ରାପଡ଼ାରୁ ୧ ଜଣ, କେନ୍ଦୁଝରରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୯୬ ଜଣ, କୋରାପୁଟରୁ ୩ ଜଣ, ମୟୂରଭଞ୍ଜରୁ ୧୩ ଜଣ, ନବରଙ୍ଗପୁରରୁ ୩ ଜଣ, ନୟାଗଡ଼ରୁ ୧ ଜଣ, ନୂଆପଡ଼ାରୁ ୬୦ ଜଣ, ପୁରୀରୁ ୧୬ଜଣ, ରାୟଗଡ଼ାରୁ ୧୬ ଜଣ ସଂକ୍ରମିତଚ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୨୧ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୮୦ ଜଣ ଓ ଷ୍ଟେଟ୍ ପୁଲରୁ ୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।