୪୫ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଏକ୍ସଆଇଏମବି ହେଲା ସିଲ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଜାଭିଅର୍ ଇନଷ୍ଟିଚ୍ୟୁଟ୍ ଅଫ୍ ମ୍ୟାନେଜମେଂଟରେ ଅଧିକ ସଂଖ୍ୟାରେ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏହି ଶିକ୍ଷାନୁଷ୍ଠାନକୁ ବିଏମସି ସିଲ୍ କରିଥିବା ଜଣାଯାଇଛି । ଏହି ଶିକ୍ଷାନୁଷ୍ଠାନ ଭିତରକୁ କେବଳ ବିଏମସି କର୍ମଚାରୀମାନଙ୍କୁ ପ୍ରବେଶ ଲାଗି ଅନୁମତି ଦିଆଯାଇଛି । ବିଏମ୍‌ସି ପକ୍ଷରୁ ଛାତ୍ରଛାତ୍ରୀମାନଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀ ଓ ଔଷଧ ଯୋଗାଇ ଦିଆଯିବ ବୋଲି ସୂଚନା ଦିଆ ଯାଇଛି ।

ସେଠାରୁ ୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସଆରସି) ପ୍ରଦୀପ ଜେନା ସୂଚନା ଦେଇଛନ୍ତି । ସେମାନଙ୍କର ଟ୍ରାଭେଲ ହିଷ୍ଟ୍ରି ଟ୍ରାକ୍ କରାଯାଉଛି ବୋଲି ଏସଆରସି କହିଛନ୍ତି ।

ସିଲ୍ ହେବା ପରେ ଏହି ଶିକ୍ଷାନୁଷ୍ଠାନ ଭିତରକୁ କେବଳ ବିଏମସି କର୍ମଚାରୀମାନଙ୍କୁ ପ୍ରବେଶ ଲାଗି ଅନୁମତି ଦିଆଯାଇଛି । ବିଏମ୍‌ସି ପକ୍ଷରୁ ଛାତ୍ରଛାତ୍ରୀମାନଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀ ଓ ଔଷଧ ଯୋଗାଇ ଦିଆଯିବ ବୋଲି ସୂଚନା ଦିଆ ଯାଇଛି । 

ମିଳିଥିବା ସୂଚନା ଅନୁସାରେ ଛାତ୍ରଛାତ୍ରୀ ବା ସେମାନଙ୍କ ଅଭିଭାବକମାନଙ୍କୁ ଶିକ୍ଷାନୁଷ୍ଠାନ ଭିତରକୁ ପ୍ରବେଶ ଲାଗି ବାରଣ କରାଯାଇଛି । ଏହାଛଡ଼ା ଶିକ୍ଷାନୁଷ୍ଠାନର ସବୁ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କର ଆଜି କୋଭିଡ୍ ଟେଷ୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ସମସ୍ତ ଆକ୍ରାନ୍ତଙ୍କୁ ଗୋଟିଏ ହଷ୍ଟେଲ ରୁମ୍‌ରେ ଆଇସୋଲେସନ୍‌ରେ ରହିବାକୁ ବି ନିର୍ଦ୍ଦେଶ ଦିଆଯାଇଛି । ଏ ନେଇ ବିଏମସି ପକ୍ଷରୁ ବିଧିବଦ୍ଧ ଭାବେ ସୂଚନା ଦିଆଯାଇଛି ।