ରାଜ୍ୟରେ ଆଉ ୯୭ କରୋନା ଆକ୍ରାନ୍ତ ଚିହ୍ନଟ

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୪୪୮

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୯୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୪୪୮ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୩୪୭୦୩ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ମାମଲା ୭୭୫ ରହିଛି ।

ଆଜି ଚିହ୍ନଟ ହୋଇଥିବା ୯୭ ଜଣଙ୍କ ମଧ୍ୟରୁ ୫୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।