ରାଜ୍ୟରେ କରୋନାରେ ଆଉ ୩ ଜଣଙ୍କର ମୃତ୍ୟୁ

-ମୋଟ ମୃତ୍ୟୁ ସଂଖ୍ୟା ୮୩୮୬ ହେଲା

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୩ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୩୮୬ ହୋଇ ଯାଇଛି ।

ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା, ପୁରୀ ଓ ସୁନ୍ଦରଗଡ ଜିଲ୍ଲାରୁ ୧-୧ ଜଣ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି ।