ବୀର ସୁରେନ୍ଦ୍ର ସାଏଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଓଡ଼ିଶା ବିଧାନସଭା ପରିସରରେ ଭାରତୀୟ ମୁକ୍ତି ସଂଗ୍ରାମର ମହାନ ଯୋଞ୍ଚା ବିପ୍ଳବୀ ବୀର ସୁରେନ୍ଦ୍ର ସାଏଙ୍କର ୧୩୯ତମ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି । ଆଜି ପୂର୍ବାହ୍ନରେ ବିଧାନସଭା ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ମାନ୍ୟବର ବାଚସ୍ପତି ବିକ୍ରମ କେଶରୀ ଆରୁଖ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଅର୍ପଣ କରି ଶ୍ରଞ୍ଜାଞ୍ଜଳି ଜ୍ଞାପନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ମାନ୍ୟବର ଉପବାଚସ୍ପତି ରଜନୀକାନ୍ତ ସିଂ, ମାନ୍ୟବର ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟଜଳ ଏବଂ ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ପ୍ରଦିପ କୁମାର ଅମାତ, ମାନ୍ୟବର ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ଏବଂ ଅବକାରୀ ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର, ମାନ୍ୟବର ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲି, ମାନ୍ୟବର ବିଧାୟକ ପ୍ରଫୁଲ୍ଲ କୁମାର ସାମଲ, ମାନ୍ୟବର ବିଧାୟକ ଅମର ପ୍ରସାଦ ଶତପଥୀ, ମାନ୍ୟବର ବିଧାୟକ ରମେଶ ଚନ୍ଦ୍ର ସାଏ, ବିଧାନସଭା ସଚିବ ଦାଶରଥି ଶତପଥୀ, ବିଧାନସଭାର ଅନ୍ୟ ବରିଷ୍ଠ ଅଧିକାରୀ ଏବଂ ମାନ୍ୟଗଣ୍ୟ ଅତିଥିମାନେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ଶ୍ରଞ୍ଚାସୁମନ ଅର୍ପଣ କରିଥିଲେ । ବିଧାନସଭା ଯୁଗ୍ମ ନିର୍ଦ୍ଦେଶକ(ଗବେଷଣା) ଶିବପ୍ରସାଦ ପଟ୍ଟନାୟକ କାର୍ଯ୍ୟକ୍ରମ ସଂଯୋଜନା କରିଥିବାବେଳେ ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ କେନ୍ଦ୍ର ପକ୍ଷରୁ ବୀର ସୁରେନ୍ଦ୍ର ସାଏଙ୍କ ଜୀବନୀ ଆଧାରିତ ସଙ୍ଗୀତ ପରିବେଷଣ କରାଯାଇଥିଲା ।

#odisha #odishanews #assembly #Tribute # VeerSurendraSai