ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୨୬,୩୮୨ ନୂଆ ସଂକ୍ରମିତ ଚିହ୍ନଟ ହେବା ସହ ଭାରତରେ ସମୁଦାୟ କରୋନାଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା ୯୯.୩୨ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୬,୩୮୨ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୮୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧୪୪, ୦୯୬ରେ ପହଞ୍ଚିଛି। ସେହିଭଳି, ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୯୯,୩୨,୫୪୮ରେ ପହଞ୍ଚିଛି । ୨୪ ଘଣ୍ଟା ମଧ୍ୟରେ ସୁସ୍ଥ ହୋଇ ଫେରିଥିବା ୩୩,୮୧୩ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୯୪, ୫୬, ୪୪୯ ।