ରାଜ୍ୟରେ କରୋନାରେ ଆଉ ୫୧ ଜଣଙ୍କର ମୃତ୍ୟୁ

133

-ମୋଟ ମୃତ୍ୟୁ ସଂଖ୍ୟା ୪୨୯୯ ହେଲା

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୫୨ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ତେବେ ଏହି ମୃତ୍ୟୁ ସଂଖ୍ୟା ରିଏଲ ଟାଇମ ନୁହେଁ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୪୨୯୯ ହୋଇ ଯାଇଛି ।

ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆ ଯାଇଛି ।

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୯ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ବରଗଡ, ଢେଙ୍କାନାଳ ଓ ମୟୁରଭଂଜ ଜିଲ୍ଲାରେ ଜିଲ୍ଲାରେ ୫ ଜଣ ଲେଖାଏ ମୃତ୍ୟୁବରଣ କରିଛନ୍ତି । କଟକ, ଯାଜପୁର, ନୟାଗଡ, ପୁରୀ ଓ ସୁନ୍ଦରଗଡ ଜିଲ୍ଲାରେ ୩-୩ ଜଣ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତିା ଭଦ୍ରକ, ଦେବଗଡ. ଗଂଜାମ, ଜଗତସିଂହପୁର ଜିଲ୍ଲାରେ ୨-୨ ଜଣ ତଥା କନ୍ଧମାଳ, କେନ୍ଦ୍ରାପଡା, କେନ୍ଦୁଝର, ନବରଙ୍ଗପୁର ଜିଲ୍ଲାରେ ଜଣେ –ଜଣେ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି ।

Leave A Reply

Your email address will not be published.