ରାଜ୍ୟରେ କରୋନାରେ ଆଉ ୬୮ ଜଣଙ୍କର ମୃତ୍ୟୁ

152

-ମୋଟ ମୃତ୍ୟୁ ସଂଖ୍ୟା ୪୭୩୦ ହେଲା

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୬୮ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୪୭୩୦ ହୋଇ ଯାଇଛି ।

ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭ ଜଣ ଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ୭ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ବରଗଡ଼ ଓ ମୟୂରଭଞ୍ଜରୁ ୬ ଜଣ ଲେଖାଏ ଁ ମୃତ୍ୟୁବରଣ କରିଛନ୍ତି । ସୁନ୍ଦରଗଡ଼ରୁ ୫, ପୁରୀରୁ ୪, ଅନୁଗୁଳ ଓ ଯାଜପୁରରୁ ୩ ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ବଲାଙ୍ଗୀର, କଟକ, ଢେଙ୍କାନାଳ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର ଓ ନୟାଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ ମୃତ୍ୟୁବରଣ କରିଥିବା ବେଳେ ବାଲେଶ୍ୱର, କନ୍ଧମାଳ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି ।

ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ କୁହା ଯାଇଛି ।

Leave A Reply

Your email address will not be published.