୧୮ରେ ଆଉ ଏକ ଲଘୁଚାପ, ୨୧ ଯାଏଁ ବର୍ଷା ସମ୍ଭାବନା

124

ଭୁବନେଶ୍ୱର :ଆସନ୍ତା ୧୮ ତାରିଖ ବେଳକୁ ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ ବଳୟ ସୃଷ୍ଟି ହୋଇ ୧୯ ତାରିଖରେ ପଶ୍ଚିମବଙ୍ଗର ମେଦିନୀପୁର ଓ ସଂଲଗ୍ନ ବାଲେଶ୍ୱର ନିକଟରେ ରହିବ । ଏହାର ପ୍ରଭାବରେ ୧୮ତାରିଖରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି ।

ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗକେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୧୮ରୁ ୧୯ ତାରିଖ ମଧ୍ୟରେ ବାଲେଶ୍ୱର, ଭଦ୍ରକ ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ୧୯ରୁ ୨୦ ତାରିଖ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ଯାଜପୁର, କେନ୍ଦ୍ରାପଡ଼ା, କଟକ,ଜଗତସିଂହପୁର, ପୁରୀ, ଖୋର୍ଦ୍ଧା , ସୁନ୍ଦରଗଡ଼, କେନ୍ଦୁଝର ଓ ଢ଼େଙ୍କାନାଳ ଜିଲ୍ଲାରେ ଏବଂ ୨୦ରୁ ୨୧ ତାରିଖ ମଧ୍ୟରେ ଝାରସୁଗୁଡ଼ା,ସୁନ୍ଦରଗଡ଼, ବରଗଡ଼, ଦେଓଗଡ଼ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave A Reply

Your email address will not be published.