ଭୁବନେଶ୍ୱର: ଆଗାମୀ ୨୪ଘଂଟାମଧ୍ୟରେ ଓଡିଶାର ଉତର-ପଶ୍ଚିମ ଓ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ବିଶେଷ କରି ଝାରସୁଗୁଡା, ବରଗଡ, ସମ୍ବଲପୁର, ସୁନ୍ଦରଗଡ, କେନ୍ଦୁଝର, ଦେବଗଡ, ଅନୁଗୁଳ,ବାଲେଶ୍ୱର ଏବଂ ମୟୁରଭଞ୍ଜ ଜିଲ୍ଲାରେ ଗୋଟିଏ ରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ପଶ୍ଚିମ ଦିଗରୁ ଆସୁଥିବା ୱେଷ୍ଟର୍ଣ୍ଣ ଡିଷ୍ଟର୍ବାନ୍ସ ପ୍ରଭାବରେ ବର୍ଷା ହେବ ।
ଏହି କ୍ରମରେ ଶୁକ୍ରବାର ସକାଳୁ ଝାରସୁଗୁଡା, ବରଗଡ, ସମ୍ବଲପୁର, ସୁନ୍ଦରଗଡ, କେନ୍ଦୁଝରର କିଛି ସ୍ଥାନରେ ହାଲୁକା ବର୍ଷା ଲାଗି ରହିଛି ।