ମାଲକାନଗିରିରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ କାର୍ଡ ବଂଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

137

ଭୁବନେଶ୍ୱର : ଶୁକ୍ରବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଲକାନଗିରି ଗସ୍ତରେ ଆସି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ଶୁଭାରମ୍ଭ କରିଛନ୍ତି । ସେ ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ କାର୍ଡର ବଂଟନ କରିଛନ୍ତି । ସ୍ଥାନୀୟ ସଂସ୍କୃତି ଭବନରେ ଏଥିଲାଗି ଏକ ସ୍ୱତନ୍ତ୍ର ଉତ୍ସବର ଆୟୋଜନ କରାଯାଇଛି । ଲୋକଙ୍କୁ ଉତମ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ଆମ ସରକାରର କର୍ତବ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ, ମାଲକାନଗିରି ଜିଲ୍ଲାରେ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ, ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ, ପଦ୍ମନାଭ ବେହେରା, ଜଗନ୍ନାଥ ସାରକା, ପଦ୍ମିନୀ ଦିଆନ, ତୁଷାର କାନ୍ତି ବେହେରା ପ୍ରମୁଖ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ।

Leave A Reply

Your email address will not be published.