ଚେତାଇଲେ ମୁଖ୍ୟମନ୍ତ୍ରୀ: ସତର୍କ ନହେଲେ ବିଦ ନିଶ୍ଚିତ, ଟେଷ୍ଟିଂ-ସର୍ଭେଲାନ୍ସ ବଢ଼ାଇବାକୁ ନିର୍ଦ୍ଦେଶ

178

-ସତର୍କତାମୂଳକ ପଦକ୍ଷେପ ଓ ଜନସଚେତନତା ଉପରେ ଗୁରୁତ୍ୱ
-ନିୟମ ଅନୁାଳନ କରିବାକୁ ଜିଲ୍ଲାପାଳ-ଏସ୍ିଙ୍କୁ ନିର୍ଦ୍ଦେଶ
-ପ୍ରତିଦିନ ସମୀକ୍ଷା କରିବେ ମୁଖ୍ୟ ଶାସନ ସଚିବ
-ମାସ୍କ ବ୍ୟବହାର ଓ ସାମାଜିକ ଦୂରତା ବାଧ୍ୟତାମୂଳକ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟର କରୋନା ସ୍ଥିତି ନେଇ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବ୍ୟାପକ ସଚେତନତା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି । କୋଭିଡ୍ ଗାଇଡ୍ଲାଇନ୍ର କଠୋର ଅନୁପାଳନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟ ଶାସନ ସଚିବ ଏଣିକି ନିୟମିତ ସ୍ଥିତିର ସମୀକ୍ଷା କରିବେ । ଏନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଟେଷ୍ଟିଂ ଓ ସର୍ଭେଲାନ୍ସକୁ ବ୍ୟାପକ କରିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି । ଦେଶରେ ବଢ଼ୁଥିବା କରୋନା ମାମଲାରେ ଆଜିର ଦିନରେ ରାଜ୍ୟର ଯୋଗଦାନ ମାତ୍ର ୦.୪ ପ୍ରତିଶତ ରହିଛି । ଅର୍ଥାତ୍ ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶାର ସ୍ଥିତି ଭଲ ରହିଛି । ରାଜ୍ୟରେ ଦୈନିକ ଚିହ୍ନଟ କରୋନା ମାମଲା ମଧ୍ୟରୁ ୪ଟି ଜିଲ୍ଲାରୁ ୪୦ ପ୍ରତିଶତ ମାମଲା ଆସୁଛି ।

କଟକରୁ ୧୩ ପ୍ରତିଶତ, ଖୋର୍ଦ୍ଧାରୁ ୧୦ ପ୍ରତିଶତ,ସୁନ୍ଦରଗଡ଼ରୁ ୯ ପ୍ରତିଶତ ଓ ମୟୂରଭଞ୍ଜରୁ ୮ ପ୍ରତିଶତ ସଂକ୍ରମଣ ମାମଲା ରହିଛି । ବଢ଼ୁଥିବା ସଂକ୍ରମଣକୁ ଦେଖି ଜିଲ୍ଲାରେ ଟେଷ୍ଟିଂ ବଢ଼ାଇବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ସଂକ୍ରମିତ ବ୍ୟକ୍ତିଙ୍କ କଣ୍ଟାକ୍ଟ ଟ୍ରେସିଂ ସହ ଟେଷ୍ଟ-ଟ୍ରାକ୍-ଟ୍ରିଟ୍ ଉପରେ ଗୁରୁତ୍ୱ ଦିଆଯାଇଛି । କ୍ଲଷ୍ଟର କେସସ୍ ଚିହ୍ନଟ ହେଲେ ମିନି-କଣ୍ଟେନମେଣ୍ଟ ଜୋନ୍ କରିବାକୁ କୁହାଯାଇଛି ।

ସର୍ବସାଧାରଣ ସ୍ଥାନରେ କୋଭିଡ୍ ନିୟମ ପାଳନ ନେଇ ନଜର ରଖିବାକୁ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର । ମୁଖ୍ୟମନ୍ତ୍ରୀ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ କୋଭିଡ୍ ମହାମାରୀର ସମ୍ଭାବ୍ୟ ଦ୍ୱିତୀୟ ସଂକ୍ରମଣର ମୁକାବିଲା ସଂପର୍କରେ ସମୀକ୍ଷା କରି ବ୍ୟାପକ ସତର୍କତା ମୂଳକ ପଦକ୍ଷେପ ଓ ଜନସଚେତନତା ଉପରେ ଗୁରୁତ୍ୱାରୋପ କରିଛନ୍ତି ।

କେତେକ ରାଜ୍ୟରେ ପରିସ୍ଥିତି ଦ୍ରୁତ ଗତିରେ ବିଗିଡିବାରେ ଲାଗିଛି । ଏବେଠାରୁ ତୁରନ୍ତ ପ୍ରତିରୋଧମୂଳକ ପଦକ୍ଷେପ ନ ନେଲେ, ଆମ ରାଜ୍ୟ ମଧ୍ୟ ଘୋର ବିଦର ସମ୍ମୁଖୀନ ହେବ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି । ଏହା ମଧ୍ୟରେ କୋଭିଡ ଯୁଦ୍ଧକୁ ଏକ ବର୍ଷ ପୂରଣ ହୋଇଯାଇଛି । ତେବେ ଆମର ଡାକ୍ତର, ପାରାମେଡିକାଲ, ଆଗଧାଡ଼ିର ଯୋଦ୍ଧା,ପ୍ରଶାସନ, ପଞ୍ଚାୟତ ପ୍ରତିନିଧି ଓ ପୋଲିସ ଏ ସମସ୍ତଙ୍କର ନିଃସ୍ୱାର୍ଥର ସେବା ଓ ତ୍ୟାଗ ଯୋଗୁ ଆମେ ଏପର୍ଯ୍ୟନ୍ତ ଭୂତାଣୁର ମୁକାବିଲାରେ ସଫଳ ହୋଇଛୁ ।

ରାଜ୍ୟ ମଧ୍ୟ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ସଫଳ କୋଭିଡ୍ ମୁକାବିଲା ପାଇଁ ସ୍ୱୀକୃତି ହାସଲ କରିଛି ବୋଲି ସେ କହିଥିଲେ । ଏବେ ଯେତେବେଳେ ରୋଗ ନିୟନ୍ତ୍ରଣ,ଜୀବିକା ସୃଷ୍ଟି ଓ ଅର୍ଥନୀତି କ୍ଷେତ୍ରରେ ରାଜ୍ୟ ସ୍ୱାଭାବିକ ପରିସ୍ଥିତିକୁ ଫେରିଆସୁଛି,ସେତେବେଳେ ଆମ ଦେଶ ସହିତ ବିଶ୍ୱର ଅନେକ ଦେଶରେ କୋଭିଡର ପ୍ରତ୍ୟାବର୍ତ୍ତନ ଲକ୍ଷ୍ୟ କରାଯାଉଛି । ଆମ ଦେଶରେ
ଦ୍ୱିତୀୟ ସଂକ୍ରମଣ ଆରମ୍ଭ ହେବା ପରି ପରିସ୍ଥିତି ଲକ୍ଷ୍ୟ କରାଯାଉଛି ।

ତେଣୁ ଏଭଳି ପରିସ୍ଥିତିରେ ଦ୍ୱିତୀୟ ସଂକ୍ରମଣକୁ ରୋକିବା ପାଇଁ ମାସ୍କ ବ୍ୟବହାର ଓ ହାତଧୁଆ ଉପରେ ବ୍ୟାପକ ସଚେତନତା ସୃଷ୍ଟି କରିବାକୁ ପଦକ୍ଷେପ ନେବା ଜରୁରି । ବିଶେଷକରି ସର୍ବସାଧାରଣ ସ୍ଥାନରେ ମାସ୍କ ବ୍ୟବହାରର ଦୃଢ ଅନୁପାଳନକୁ ସୁନିଶ୍ଚିତ କରିବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସମସ୍ତ ଜିଲ୍ଲାଗୁଡିକ ନିଜ ନିଜ ଅଞ୍ଚଳର ସ୍ଥାନୀୟ ନେତୃବୃନ୍ଦ, ପଞ୍ଚାୟତ ପ୍ରତିନିଧି ଓ ଧାର୍ମିକ ସଂସ୍ଥା ଆଦି ବିଭିନ୍ନ ଆବଶ୍ୟକ ବ୍ୟକ୍ତି ଓ ସଂସ୍ଥାମାନଙ୍କ ସହିତ ସଚେତନତା ଓ ସମନ୍ୱୟ ବୈଠକ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅନେକ ଦେଶରେ କୋଭିଡର ଦ୍ୱିତୀୟ ଲହର ପ୍ରଥମ ଲହରଠାରୁ ଅଧିକ ଭୟଙ୍କର ହେଉଛି । ଏସବୁ ଦେଶ ପୁଣି ଲକ୍ଡାଉନ୍ ପରିସ୍ଥିତିକୁ ଫେରୁଛନ୍ତି । ଆମ ପକ୍ଷରେ ପୁଣିଥରେ ଲକ୍ଡାଉନ୍କୁ ଫେରିବା ବହୁତ କ୍ଷତିକାରକ ହେବ । ତେଣୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ନିବେଦନ କରିଛନ୍ତି ଯେ, ଆମ ସମସ୍ତେ ଆତ୍ମ ସଂଯମତା ପାଳନ କରିବା ସହିତ ରାଜ୍ୟର ସବୁସ୍ଥାନରେ କୋଭିଡ ନିୟମାବଳୀର ଅନୁାଳନକୁ ସୁନିଶ୍ଚିତ କରିବା । ଦ୍ୱିତୀୟ ଲହର ନ ହେବା ପାଇଁ ରାଜ୍ୟ ପ୍ରଶାସନ ନୂତନ ଉତ୍ସାହ ସହିତ କାର୍ଯ୍ୟ କରିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆମେ ସମସ୍ତେ ସତର୍କ ରହିବା ଏବଂ ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ପ୍ରତିରୋଧମୂଳକ ପଦକ୍ଷେପକୁ କାର୍ଯ୍ୟକାରୀ କରିବା ।

ପରିସ୍ଥିତି ଉପରେ ସତର୍କ ନଜର ରଖିବା ସହ ନିୟମିତ ସମୀକ୍ଷା କରିବା ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲାପାଳ ଓ ଏସ୍ିମାନେ ନିଜ ନିଜ ଅଞ୍ଚଳରେ ବ୍ୟକ୍ତିଗତ ଭାବେ ଏହି ଅନୁାଳନକୁ ତଦାରଖ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସେହିରି ସ୍ୱାସ୍ଥ୍ୟ ଏବଂ ସୂଚନା ଓ ଲୋକସଂପର୍କ ବିଭାଗ ବ୍ୟାପକ ପ୍ର·ର ଓ ଆଇସି କ୍ୟାମ୍ପେନ୍ ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ପରିମର୍ଶ ଦେଇଛନ୍ତି । ଗାଁ, ସାପ୍ତାହିକ ହାଟ ଓ ଭିଡ଼ ପରିଲକ୍ଷିତ ହେଉଥିବା ମାର୍କେଟରେ ଡାକବାଜି ଯନ୍ତ୍ର ଜରିଆରେ ସମସ୍ତ ନିୟମାବଳୀ ଓ ଜରୁରି ସୂଚନା ସଂପର୍କରେ ତୁରନ୍ତ ଘୋଷଣା ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲାପାଳମାନେ ନିଜ ନିଜ ଅଞ୍ଚଳରେ ସର୍ଭେଲାନ୍ସ ଓ ଟେଷ୍ଟିଂ କାର୍ଯ୍ୟକ୍ରମକୁ କଡାକଡି ଭାବରେ ତଦାରଖ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ସମଗ୍ର ପ୍ରଶାସନିକ କଳକୁ ପରିସ୍ଥିତିର ଗମ୍ଭୀରତା ଅନୁଭବ କରିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ ସମସ୍ତେ ନିଜ ନିଜକୁ କୋଭିଡ ଯୁଦ୍ଧରେ ପୁଣିଥରେ ନିଷ୍ଠାର ସହ ସାମିଲ କରିବା ପାଇଁ ନିବେଦନ କରିଛନ୍ତି । ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟରେ କୋଭିଡ ନିୟମକୁ ଅଧିକ କଡାକଡି ଭାବରେ ପାଳନ କରାଯିବ । ଛତିଶଗଡ ସୀମାନ୍ତବର୍ତ୍ତୀ ଜିଲ୍ଲାଗୁଡିକ ଅଧିକ ସତର୍କ ରହିବା ପାଇଁ ସେ ପରାମର୍ଶ ଦେଇଛନ୍ତି ।

ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ କହିଥିଲେ ଯେ କୋଭିଡ ନିୟମର କଡା ଅନୁାଳନ ପାଇଁ ପୋଲିସ ପ୍ରଶାସନକୁ ଦୃଢ ନିର୍ଦ୍ଦେଶ ଦିଆଯାଇଛି । ଷ୍ଟେସନ ଓ ବିମାନ ବନ୍ଦରଗୁଡିକରେ ବାହାରୁ ଆସୁଥିବା ଯାତ୍ରୀମାନଙ୍କ ଉପରେ କଡା ନଜର ରଖାଯିବା ସହିତ ସେମାନଙ୍କ ଟେଷ୍ଟିଂ ପାଇଁ ମଧ୍ୟ ପଦକ୍ଷେପ ନିଆଯାଉଛି ବୋଲି ବୈଠକରେ ସୂଚନା ଦିଆଯାଇଥିଲା । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ବୈଠକ ପରି·ଳନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଉନ୍ନୟନ କମିଶନର ପି.କେ ଜେନା, କୃଷି ଉତ୍ପାଦନ କମିଶନର ଆର୍. କେ. ଶର୍ମା, କୃଷି ବିଭାଗ ପ୍ରମୁଖ ସଚିବ ସୌରଭ ଗର୍ଗ, ଜଳସଂପଦ ବିଭାଗର ପ୍ରମୁଖ ସଚିବ ଅନୁ ଗର୍ଗ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.