ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି
ଭୁବନେଶ୍ବର: ପୁରୀରେ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର ପ୍ରତିଷ୍ଠା ଲାଗି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଛନ୍ତି। ସେ ଚିଠିରେ ଦର୍ଶାଇଛନ୍ତି ଯେ, ହିନ୍ଦୁ ଧର୍ମର ଚାରିଧାମ ମଧ୍ୟରୁ ଜଗନ୍ନାଥଧାମ ଅନ୍ୟତମ। ଏଠାକୁ ସମଗ୍ର ବିଶ୍ୱରୁ ହିନ୍ଦୁମାନେ ଶ୍ରୀଜଗନ୍ନାଥଙ୍କ ଦର୍ଶନ ନିମନ୍ତେ ଆସିଥାନ୍ତି। ଦେଶବିଦେଶରୁ ଆସୁଥିବା ପର୍ଯ୍ୟଟକମାନଙ୍କ ସୁବିଧା ପାଇଁ ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ପ୍ରତିଷ୍ଠା ଲାଗି ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ଏହି ବିମାନବନ୍ଦରର ନାଁ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର ରଖିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିପାଇଁ ରାଜ୍ୟ ସରକାର ପୁରୀରେ ଜମି ଚହ୍ନଟ କରିଛନ୍ତି । ବିମାନବନ୍ଦର ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ସବୁ ପ୍ରକାର ସହଯୋଗ କରିବେ । ଆଜି ସକାଳେ ୫-T ସଚିବ ଭିକେ ପାଣ୍ଡିଆନ ପୁରୀ ଯାଇ ବିମାନବନ୍ଦର ପାଇଁ ଚିହ୍ନଟ ହୋଇଥିବା ଜମି ଅନୁଧ୍ୟାନ କରିଛନ୍ତି । କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ପଦକ୍ଷେପ ନେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିଠି ଲେଖିଛନ୍ତି । ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଶ୍ରୀକ୍ଷେତ୍ର ପୁରୀ ଏକ ବିଶ୍ବବିଖ୍ୟାତ ଆଧ୍ୟାତ୍ମିକ ଓ ପର୍ଯ୍ୟଟନ କ୍ଷେତ୍ର ।
ସେ ଏହି ଚିଠିରେ ଆହୁରି ମଧ୍ୟ ଉଲ୍ଲେଖ କରିଛନ୍ତି ଯେ ପୁରୀଠାରୁ ୟୁନେସ୍କୋ ବିଶ୍ୱ ଐତିହ୍ୟ ସ୍ଥଳ କୋଣାର୍କର ସୂର୍ଯ୍ୟ ମନ୍ଦିର ମାତ୍ର ୩୫ କିଲୋମିଟର ଦୂର। ପୁରୀ ସହ ରାମଚଣ୍ଡୀ ଓ ଚନ୍ଦ୍ରଭଗା ବେଳାଭୂମି ସଂଲଗ୍ନ ରହିଛି। ଏହାଛଡ଼ା ଜାତୀୟ ଭିତରକନିକା ଜାତୀୟ ଉଦ୍ୟାନ, ରତ୍ନଗିରି ଓ ଧଉଳି ଭଳି ପ୍ରସିଦ୍ଧ ବୌଦ୍ଧପୀଠ ବି ଏହା ନିକଟରେ ରହିଛି। ଏହା ଜାତୀୟ ଏବଂ ଅନ୍ତର୍ଜାତୀୟ ପର୍ଯ୍ୟଟକଙ୍କୁ ଏକ ନିଆରା ଅନୁଭୂତି ପ୍ରଦାନ କରେ। ନୂତନ ଅର୍ଥନୈତିକ କାର୍ଯ୍ୟକଳାପ ଦିଗରେ ଅନ୍ତର୍ଜାତୀୟ ବିମାନବନ୍ଦର ଯଥେଷ୍ଟ ସହାୟକ ହେବ । ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଶ୍ରୀକ୍ଷେତ୍ର ପୁରୀ ଏକ ବିଶ୍ବବିଖ୍ୟାତ ଆଧ୍ୟାତ୍ମିକ ଓ ପର୍ଯ୍ୟଟନ କ୍ଷେତ୍ର ।
ଏଥିସହ ଚିଲ୍ଲିକା ହ୍ରଦକୁ ମଧ୍ୟ ସଂଯୋଗ କରୁଛି ପୁରୀ । ଧଉଳିଗିରି ଓ ରତ୍ନଗିରି ମଧ୍ୟ ପୁରୀ ପାଖରେ ରହିଛି । ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ବିଶ୍ବବିଖ୍ୟାତ । ପୁରୀ ବେଳାଭୂମି ନିକଟରେ ବ୍ଲୁ ଫ୍ଲାଗ୍ ବେଳାଭୂମିର ମାନ୍ୟତା ଲଭା କରିଛି । ଦେଶ ବିଦେଶରୁ ଲକ୍ଷ ଲକ୍ଷ ପର୍ଯ୍ୟଟକ ଓ ଭକ୍ତ ପୁରୀ ଆସନ୍ତି । ତେଣୁ ପୁରୀରେ ଏକ ଅନ୍ତର୍ଜାତୀୟ ବିମାନ ବନ୍ଦର ପ୍ରତିଷ୍ଠା କରାଯିବାର ଯଥାର୍ଥତା ରହିଛି । ପ୍ରସ୍ତାବିତ କୋଷ୍ଟାଲ ହାଇୱେ ଚିଲିକା, ପୁରୀ, କୋଣାର୍କ, ପାରାଦୀପ, ଭିତର କନିକା ଦେଇଯିବ । ପୁରୀକୁ ବିଶ୍ବ ଐତିହ୍ୟ ନଗରୀରେ ପରିଣତ କରିବା ପାଇଁ ଏହା ମଧ୍ୟରେ କାମ ଆରମ୍ଭ ହୋଇଛି । ଏସବୁ ଦୃଷ୍ଟିରୁ ପୁରୀରେ ଏକ ଅନ୍ତର୍ଜାତୀୟ ବିମାନବନ୍ଦର ପ୍ରତିଷ୍ଠା କରାଯିବାର ଯଥାର୍ଥତା ରହିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିଠି ଲେଖିଛନ୍ତି