ସୀମାନ୍ତରେ ଏନକାଉଣ୍ଟର : ୨ ମାଓବାଦୀ ମୃତ

160

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ରାଜ୍ୟର ଦନ୍ତେୱାଡା ଜିଲ୍ଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟରେ ଦୁଇ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି ।
ସୂଚନା ମୁତାବକ, ଦନ୍ତେୱାଡା ଜିଲ୍ଲାର କୁଆକୋଣ୍ଡା ଥାନା ଅନ୍ତର୍ଗତ ଗୁଡରା ଜଙ୍ଗଲରେ ମାଓବାଦୀ ମାନେ ଏକ କ୍ୟାମ୍ପ କରି ରହିଥିବାର ସୂଚନା ମିଳିବା ପରେ ଡିଆରଜି ଓ ସିଆରପିଏଫ ଯବାନ ମିଳିତ ଭାବେ କୁମ୍ବିଂ ଅପରେସନ ଆରମ୍ଭ କରିଥିଲେ । ଉଭୟଙ୍କ ମଧ୍ୟରେ ଦୀର୍ଘ ସମୟ ଧରି ଗୁଳିବିନିମୟ ହେବା ପରେ ମାଓବାଦୀମାନେ ସେଠାରୁ ଛତ୍ରଭଙ୍ଗ ଦେଇ ପଳାଇଥିଲେ । ଏଥିରେ ଦୁଇ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସ୍ୱଷ୍ଟ ହୋଇଥିବା ବେଳେ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି । ବର୍ତ୍ତମାନ ମଧ୍ୟ ସେଠାରେ ସର୍ଚ୍ଚ ଅପରେସନ ଚାଲୁ ରହିଥିବା ଦନ୍ତେୱାଡା ଏସପି ଅଭିଷେକ ପଲ୍ଲଭ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.