ଗଜପତି ସଡ଼କ ଦୁର୍ଘଟଣା ମୁଖ୍ୟମନ୍ତ୍ରୀଙ୍କ ଶୋକ: ଦୁଇ ଲଷ ଟଙ୍କା ଲେଖାଏଁ ସହାୟତା ଘୋଷଣା

138

ଭୁବନେଶ୍ୱର: ଗଜପତି ଜିଲ୍ଲାର ଆର୍ ଉଦୟଗିରି ଠାରେ ଆଜି ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ବରଣ କରିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ମୃତକଙ୍କ ପରିବାର ଲୋକଙ୍କୁ ଗଭୀର ସମବେଦନା ଜଣାଇବା ସହ ମୁଖ୍ୟମନ୍ତ୍ରୀ ନିକଟତମ ଆତ୍ମୀୟଙ୍କ ପାଇଁ ଦୁଇ ଲଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଆହତ ମାନଙ୍କୁ ମାଗଣାରେ ଚିକିତ୍ସା ଯୋଗାଇ ଦିଆଯିବ ଵୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Leave A Reply

Your email address will not be published.