ଗଞ୍ଜାମ: ଗଞ୍ଜାମ ଜିଲ୍ଲା ପୋଲିସ ପକ୍ଷରୁ ୮ ତାରିଖ ସକାଳ ଠାରୁ ୯ ତାରିଖ ସକାଳ ପର୍ଯ୍ୟନ୍ତ ୨୪ ଘଂଟା ମଧ୍ୟରେ କୋଭିଡ଼୍ କଟକଣା ଉଲ୍ଲଙ୍ଘନକାରୀ, ବେପରୁଆ ଗାଡି ଚାଳକ, ବେଆଇନ ମଦ କାରବାର ଓ ଜୁଆ ଆଡ୍ଡା ଉପରେ ଚଢ଼ଉ କରାଯାଇଛି ।
ପୋଲିସର ସୂଚନା ଅନୁଯାୟୀ, ଟ୍ରାଫିକ୍ ନିୟମ ଉଲ୍ଲଙ୍ଘନ କରିଥିବା ବେପରୁଆ ଗାଡ଼ି ଚାଳକଙ୍କ ଠାରୁ ୫୫ ହଜାର ୫୦୦ ଟଙ୍କା ଜୋରିମାନା ଆଦାୟ କରାଯାଇଛି । ଅନୁରୂପ ଭାବେ ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ମଦ ବ୍ୟବସାୟୀଙ୍କ ଉପରେ ଚଢ଼ଉ କରାଯିବା ସହିତ ଏସବୁ ସ୍ଥାନରୁ ୧୭୮.୪ ଲିଟର ମଦ ଜବତ ହୋଇଛି । ଘଟଣାରେ ୪ ଜଣଙ୍କୁ ଗିରଫ କରାଯାଇଛି । ଏ ସଂକ୍ରାନ୍ତରେ ପୃଥକ୍ ପୃଥକ୍ ୪ଟି ଅବକାରୀ ମାମଲା ଥାନାରେ ରୁଜ୍ଜୁ ହୋଇଛି ।
Sign in
Sign in
Recover your password.
A password will be e-mailed to you.