ଗଞ୍ଜାମ ପୋଲିସର କାର୍ଯ୍ୟାନୁଷ୍ଠାନ : ୫୪ ହଜାର ୫୦୦ ଟଙ୍କା ଜୋରିମାନା ଆଦାୟ : ୧୪୨.୩ ଲିଟର ମଦ ଜବତ : ୫ ଗିରଫ

178

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ପୋଲିସ ପକ୍ଷରୁ ୧୧ ତାରିଖ ସକାଳ ଠାରୁ ୧୨ ତାରିଖ ସକାଳ ପର୍ଯ୍ୟନ୍ତ ୨୪ ଘଂଟା ମଧ୍ୟରେ କୋଭିଡ଼୍ କଟକଣା ଉଲ୍ଲଙ୍ଘନକାରୀ, ବେପରୁଆ ଗାଡି ଚାଳକ ଓ ବେଆଇନ ମଦ କାରବାର ଉପରେ ଚଢ଼ଉ କରାଯାଇଛି । ପୋଲିସର ସୂଚନା ଅନୁଯାୟୀ, ଟ୍ରାଫିକ୍ ନିୟମ ଉଲ୍ଲଙ୍ଘନ କରିଥିବା ବେପରୁଆ ଗାଡ଼ି ଚାଳକଙ୍କ ଠାରୁ ୫୪ ହଜାର ୫୦୦ ଟଙ୍କା ଜୋରିମାନା ଆଦାୟ କରାଯାଇଛି । ଅନୁରୂପ ଭାବେ ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ମଦ ବ୍ୟବସାୟୀଙ୍କ ଉପରେ ଚଢ଼ଉ କରାଯିବା ସହିତ ଏସବୁ ସ୍ଥାନରୁ ୧୪୨.୩ ଲିଟର ମଦ ଜବତ ହୋଇଛି । ଘଟଣାରେ ୫ ଜଣଙ୍କୁ ଗିରଫ କରାଯାଇଛି । ଏ ସଂକ୍ରାନ୍ତରେ ପୃଥକ୍ ପୃଥକ୍ ୬ଟି ଅବକାରୀ ମାମଲା ଥାନାରେ ରୁଜ୍ଜୁ ହୋଇଛି ।

Leave A Reply

Your email address will not be published.