ରାଉରକେଲା ଇସ୍ପାତ କାରଖାନାରେ ଗ୍ୟାସ୍ ଲିକ୍, ୨ ଶ୍ରମିକ ମୃତ

186

ରାଉରକେଲା: ରାଉରକେଲା ଇସ୍ପାତ କାରଖାନା (ଆରଏସପି) କୋଲ କେମିକାଲ ବିଭାଗରେ ମରାମତି କାମ ଚାଲିଥିବା ବେଳେ ଘଟିଛି ଅଘଟଣ। ମରାମତି ସମୟରେ ଗ୍ୟାସ ଲିକ ହେବାରୁ ଘଟଣାସ୍ଥଳରେ କାମ କରୁଥିବା ଶ୍ରମିକ ଅସୁସ୍ଥ ହୋଇପଡ଼ିଛନ୍ତି l ଗ୍ୟାସ ସଂସ୍ପର୍ଶରେ ଆସି ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଇସ୍ପାତ ଜେନେରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି l ଘଟଣାରେ ମୃତ୍ୟୁ ବରଣ କରିଥିବା ଓ ଅସୁସ୍ଥ ହୋଇଥିବା ସମସ୍ତ ଠିକା ଶ୍ରମିକ ଷ୍ଟାର ଠିକା ସଂସ୍ଥା ଅଧୀନରେ କାମ କରୁଥିଲେ ବୋଲି ସୂଚନା ମିଳିଛି । ଗ୍ୟାସ୍ ଲିକର କାରଣ ଅସ୍ପଷ୍ଟ ଥିବା ବେଳେ, ଆରଏସପିର ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଅନୁସନ୍ଧାନ ଜାରି ରଖିଛନ୍ତି। ଘଟଣା ପରେ ଆଇଜିଏଚରେ ପହଞ୍ଚିଛନ୍ତି ପଶ୍ଚିମାଞ୍ଚଳ ପୋଲିସ ଆଇଜି କବିତା ଜଲାନ। ସେହିପରି ବିଭିନ୍ନ ଶ୍ରମିକ ସଙ୍ଗଠନର ନେତା ଓ କର୍ମକର୍ତ୍ତା ପହଞ୍ଚି ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଶ୍ରମିକଙ୍କ ପରିବାରକୁ କ୍ଷତିପୁରଣ ଦେବା ଏବଂ ଏଭଳି ଅବହେଳା ପାଇଁ ଦୃଢ଼ କାର୍ଯ୍ୟାନୁଷ୍ଠାନର ଦାବି କରିଛନ୍ତି।

Leave A Reply

Your email address will not be published.