ଆହୁରି ୩ ଦିନ ଘନ କୁହୁଡି

140
ଭୁବନେଶ୍ୱର: ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଦେଖାଦେଇପାରେ । ଶୁକ୍ରବାର ରାତି ଏବଂ ଶନିବାର ସକାଳେ ସୁନ୍ଦରଗଡ, ଝାରସୁଗୁଡା , ସମ୍ବଲପୁର, ବରଗଡ , ଦେବଗଡ, ଅନୁଗୁଳ , କେନ୍ଦୁଝର, ମୟୁରଭଂଜ ଓ ବାଲେଶ୍ୱର ଜିଲ୍ଲାରେ ଘନ କୁହୁଡି ଦେଖାଦେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ସେହିପରି ୩୦ ତାରିଖ ରାତି ଓ ୩୧ ତାରିଖ ସକାଳେ ବାଲେଶ୍ୱର , ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ମୟୁରଭଂଜ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ , ନୟାଗଡ ଓ ଖୋର୍ଦ୍ଧା ଜିଲ୍ଲାରେ ଏବଂ ୩୧ ତାରିଖ ରାତି ଓ ୧ ତାରିଖ ସକାଳେ ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଯାଜପୁର, ଖୋର୍ଦ୍ଧା, ପୁରୀ, ନୟାଗଡ, ବୌଦ୍ଧ, କନ୍ଧମାଳ ଓ ଗଂଜାମ ଜିଲ୍ଲାରେ ଘନ କୁହୁଡି ଦେଖାଦେବାର ସମ୍ଭାବନା ରହିଛି । ଉପରୋକ୍ତ ଜିଲ୍ଲା ଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିିଂ ଜାରି କରିଛି ପାଣିପାଗ ବିଭାଗ ।
ଅପରପକ୍ଷରେ ଘନ କୁହୁଡି ଦେଖାଯିବାକୁ ଥିବା ଜିଲ୍ଲାଗୁଡିକର ଜିଲ୍ଲାପାଳ ଓ ଏସପି ମାନଙ୍କୁ ସ୍ୱତନ୍ତ୍ର ରିଲିଫ୍ କମିଶନର ଚିଠି ଲେଖି ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ।
Leave A Reply

Your email address will not be published.