୨୪ ଘଣ୍ଟା ମଧ୍ୟରେ ୨୭,୦୭୧ ନୂଆ ସଂକ୍ରମଣ ଏବଂ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ୯୮.୮୪ ଲକ୍ଷରେ ପହଞ୍ଚିଲା

161

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୨୭,୦୭୧ ନୂଆ ସଂକ୍ରମିତ ଚିହ୍ନଟ ହେବା ସହ ଭାରତରେ ସମୁଦାୟ କରୋନାଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୮.୮୪ ପହଞ୍ଚିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୭, ୦୭୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୩୫ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧୪୩, ୩୩୫ରେ ପହଞ୍ଚିଛି। ସେହିଭଳି, ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୯,୮୮୪,୧୦୦ରେ ପହଞ୍ଚିଛି। ୨୪ ଘଣ୍ଟା ମଧ୍ୟରେ ସୁସ୍ଥ ହୋଇ ଫେରିଥିବା ୩୦,୬୯୫ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୯୩, ୮୮, ୧୫୯। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ରେକର୍ଡ ଅନୁସାରେ, ସମ୍ପ୍ରତି ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୫୨, ୫୮୬। ସୋମବାରକୁ ମିଶାଇ କ୍ରମାଗତ ଅଷ୍ଟମ ଦିନରେ ଦେଶରେ କୋଭିଡ୍‌-୧୯ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷରୁ କମ୍‌ ରହୁଛି।

Leave A Reply

Your email address will not be published.