କରୋନାରେ ଦେଶରେ ଗତ ୨୪ ଘଂଟାରେ ୧୨,୫୮୪ ନୂଆ ମାମଲା
ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଂଟା ମଧ୍ୟରେ ୧୨,୫୮୪ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୧୬୭ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୪,୬୬,୫୯୫ ପହଂଚିଛି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨,୧୬,୫୫୮ ଥିବା ବେଳେ ବର୍ତମାନ ସୁଦ୍ଧା ୧,୫୧,୩୨୭ଜଣ ମୃତ୍ୟୁ ବରଣ କରିଛନ୍ତି । ସେ ପଟେ ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୮,୯୭,୦୫୬ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୧୮,୨୬,୫୨,୮୮୭ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆଯାଇଛି ।