କରୋନାରେ ଦେଶରେ ଗତ ୨୪ ଘଂଟାରେ ୧୨,୮୯୯ ନୂଆ ମାମଲା
ନୂଆଦିଲ୍ଲୀ: ଦେଶରେ ଗତ ୨୪ଘଂଟା ମଧ୍ୟରେ ୧୨,୮୯୯ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୧୦୭ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୭,୯୦,୧୮୩ ପହଂଚିଛି ।
ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧,୫୫,୦୨୫ ଥିବା ବେଳେ ବର୍ତମାନ ସୁଦ୍ଧା ୧,୫୪,୭୦୩ ଜଣ ମୃତ୍ୟୁ ବରଣ କରିଛନ୍ତି ।
ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୭,୪୨,୮୪୧ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୧୯,୯୨,୧୬,୦୧୯ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା