କରୋନାରେ ଦେଶରେ ଗତ ୨୪ ଘଂଟାରେ ୧,୭୩,୭୯୦ ନୂଆ ମାମଲା

105

Get real time updates directly on you device, subscribe now.

ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୧,୭୩,୭୯୦ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୩,୬୧୭ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୭୭,୨୯,୨୪୭ ପହଂଚିଛି ।

ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୨,୨୮,୭୨୪ ଥିବା ବେଳେ ବର୍ତମାନ ସୁଦ୍ଧା ୩,୨୨,୫୧୨ ଜଣ ମୃତ୍ୟୁବରଣ କରିଛନ୍ତି ।

ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୨୦,୮୦,୦୪୮ ନମୂନାର ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୩୪,୧୧,୧୯,୯୦୯ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା

Get real time updates directly on you device, subscribe now.

Comments are closed.