ରାଜ୍ୟରେ ଗତ ୨୪ ଘଂଟାରେ କରୋନାରେ ୪୩ ଜଣଙ୍କର ମୃତ୍ୟୁ

155

-ମୋଟ ମୃତ୍ୟୁ ସଂଖ୍ୟା ୩୯୩୦ ହେଲା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୪୩ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୩୯୩୦ ହୋଇ ଯାଇଛି ।

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୯ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ପୁରୀ ଓ ବରଗଡ ଓ ନୟାଗଡ ଜିଲ୍ଲାରେ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସୁନ୍ଦରଗଡ ଜିିଲ୍ଲାରେ ୪ ଜଣ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ସେହିପରି ଭଦ୍ରକ, କଟକ ଓ ଗଂଜାମ ଜିଲ୍ଲାରେ ୩-୩ ଜଣ କରୋନା ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ଢେଙ୍କାନାଳ ଜିଲ୍ଲାରେ ୨ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ବାଲେଶ୍ୱର, ମୟୁରଭଂଜ ଓ ସମ୍ବଲପୁର ଜିଲ୍ଲାରେ ଜଣେ ଜଣେ ସଂକ୍ରମିତ ମୃତ୍ୟୁବରଣ କରିଥିବା ନେଇ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.