ରାଜ୍ୟରେ ଗତ ୨୪ ଘଂଟାରେ କରୋନାରେ ୪୫ ଜଣଙ୍କର ମୃତ୍ୟୁ

166

-ମୋଟ ମୃତ୍ୟୁ ସଂଖ୍ୟା ୪୧୫୪ ହେଲା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୪୫ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୪୧୫୪ ହୋଇ ଯାଇଛି ।

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୯ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ବରଗଡ ଓ କଟକ ଜିଲ୍ଲାରେ ୫ ଜଣ ଲେଖାଏ ମୃତ୍ୟୁବରଣ କରିଛନ୍ତି । ଢେଙ୍କାନାଳ ଜିଲ୍ଲାରେ ୪ ଜଣ ମୃତ୍ୟବରଣ କରିଛନ୍ତି । କୋରାପୁଟ, ସମ୍ବଲପୁର, ସୁବର୍ଣପୁର ତଥା ସୁନ୍ଦରଗଡ ଜିଲ୍ଲାରେ ୩-୩ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ନୟାଗଡ ଓ ପୁରୀ ଜିଲ୍ଲାରେ ୨-୨ ଜଣ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତିା

ଅନୁଗୁଳ, ଗଂଜାମ, ଝାରସୁଗୁଡା, କନ୍ଧମାଳ, କେନ୍ଦ୍ରାପଡା, ମୟୁରଭଂଜ ଜିଲ୍ଲାରେ ୧-୧ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି ।

Leave A Reply

Your email address will not be published.