କରୋନାରେ ଦେଶରେ ଗତ ୨୪ ଘଂଟାରେ ୫୬,୨୧୧ ନୂଆ ମାମଲା

155

ନୂଆଦିଲ୍ଲୀ: ଦେଶରେ ଗତ ୨୪ଘଂଟା ମଧ୍ୟରେ ୫୬,୨୧୧ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୨୭୧ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୨୦,୯୫,୮୫୫ ପହଂଚିଛି ।
ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫,୪୦,୭୨୦ ରହିଛି । ମୃତକ ମାନଙ୍କ ସଂଖ୍ୟା ୧,୬୨,୧୧୪ରେ ପହଂଚିଛି ।

ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୭.୮୫,୮୬୪ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୨୪,୨୬,୫୦,୦୨୫ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା

Leave A Reply

Your email address will not be published.