କରୋନାରେ ଦେଶରେ ଗତ ୨୪ ଘଂଟାରେ ୧୧,୬୬୬ ନୂଆ ମାମଲା

216
ନୂଆଦିଲ୍ଲୀ: ଦେଶରେ ଗତ ୨୪ଘଂଟା ମଧ୍ୟରେ ୧୧,୬୬୬ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୧୨୩ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୭,୦୧,୧୯୩ ପହଂଚିଛି ।
ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧,୭୩,୭୪୦ ଥିବା ବେଳେ ବର୍ତମାନ ସୁଦ୍ଧା ୧,୫୩,୮୪୭ ଜଣ ମୃତ୍ୟୁ ବରଣ କରିଛନ୍ତି ।
ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୭,୨୫,୬୫୩ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୧୯,୪୩,୩୮,୭୭୩ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା
Leave A Reply

Your email address will not be published.