ରାଜ୍ୟରେ ଗୋଟିଏ ଦିନରେ ୨୮୦୬ କରୋନା ଆକ୍ରାନ୍ତ ଚିହ୍ନଟ

184

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୨୮୦୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୩୫୧୩୬କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୦୩୧୭୮ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୨୭୪୨୯ ରହିଛି ।

ଆଜି ଚିହ୍ନଟ ହୋଇଥିବା ୨୮୦୬ ଜଣଙ୍କ ମଧ୍ୟରୁ ୧୬୧୩ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୧୯୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୫୯୦ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୦୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୫୩ ଜଣ, ବରଗଡ଼ରୁ ୩୩ ଜଣ, ଭଦ୍ରକରୁ ୮୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ୯, କଟକରୁ ୪୪୧, ଦେବଗଡ ଜିଲ୍ଲାରୁ ୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୨୪ ଜଣ, ଗଜପତି ଜିଲ୍ଲାରୁ ୬ , ଗଞ୍ଜାମରୁ ୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୧୯ ଜଣ, ଯାଜପୁରରୁ ୨୫୨ ଜଣ, ଝାରସୁଗୁଡ଼ାରୁ ୧୦ ଜଣ, କଳାହାଣ୍ଡିରୁ ୨୫ ଜଣ, କନ୍ଧମାଳ ଜିଲ୍ଲାରୁ ୧୭ ଜଣ. କେନ୍ଦ୍ରାପଡ଼ାରୁ ୫୭ ଜଣ, କେନ୍ଦୁଝରରୁ ୭୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୫୯୦ ଜଣ, କୋରାପୁଟରୁ ୨୯ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୩୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୦୯ ଜଣ, ନବରଙ୍ଗପୁରରୁ ୨୦ ଜଣ, ନୟାଗଡ଼ରୁ ୮୬ ଜଣ, ନୂଆପଡ଼ାରୁ ୭ ଜଣ, ପୁରୀରୁ ୧୩୮ ଜଣ, ରାୟଗଡ଼ାରୁ ୩୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୨୬ ଜଣ, ସୋନପୁରରୁ ୧୬ ଜଣ, ସୁନ୍ଦରଗଡ଼ରୁ ୬୫ ଜଣ ଓ ଷ୍ଟେଟ୍ ପୁଲରୁ ୧୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.