ବଢ଼ୁଛି ଆକ୍ରାନ୍ତଙ୍କ ସଂଖ୍ୟା: ସତର୍କ ରହିବାକୁ ପରାମର୍ଶ, ଦିନକରେ ୨୧୪ ପଜିଟିଭ୍ ଚିହ୍ନଟ

236

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୨୧୪ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୯୪୬୦କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୩୬୩୩୭ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ମାମଲା ୧୧୫୧ରହିଛି । ଆଜି ଚିହ୍ନଟ ହୋଇଥିବା ୨୧୪ ଜଣଙ୍କ ମଧ୍ୟରୁ ୧୨୬ ଜଣ ସଂଗରୋଧରୁ ହୋଇଥିବା ବେଳେ ୮୮ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଣ୍ଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରାଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରାଯାଇଛି । ଆଜି ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତମାନେ ମୋଟ ୨୪ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୩୩ଜଣ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି ।

ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱର ଜିଲ୍ଲାରେ ୧୧ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ ଜିଲ୍ଲାରେ ୧୩ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଭଦ୍ରକ ଜିଲ୍ଲାରେ ୪ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରେ ୨୦ଜଣ ତଥା ବୌଦ୍ଧ ଜିଲ୍ଲାରେ ୨କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଟକ ଜିଲ୍ଲାରୁ ୨୦ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ଢେଙ୍କାନାଳ ଜିଲ୍ଲାରୁ ୧୦ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ହୋଇନାହାନ୍ତି ।

ଗଂଜାମ ଜିଲ୍ଲାରୁ ୪, ଜଗତସିଂହପୁର ଜିଲ୍ଲାରୁ ୨,ଯାଜପୁରରୁ ୫ଜଣ, ଝାରସୁଗୁଡ଼ାରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ଖୋର୍ଦ୍ଧାରୁ ୩୩ଜଣ ଚିହ୍ନଟ ହୋଇଥିବାବେଳେ କୋରାପୁଟ ଜିଲ୍ଲାରୁ ୧୦ତଥା ମାଲକାନଗିରିରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ମୟୁରଭଂଜ ଜିଲ୍ଲାରୁ ୮, ନବରଙ୍ଗପୁରରୁ ୧ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇନଥିବା ବେଳେ ନୂଆପଡା ଜିଲ୍ଲାରୁ ୨ ଓ ପୁରୀରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରାୟଗଡା ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୭ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ସୁନ୍ଦରଗଡ଼ରୁ ୨୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍ପୁଲରୁ ୭ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.