୨୪ ଘଂଟାରେ ସାରା ରାଜ୍ୟରେ ବର୍ଷିବ , ୧୫ ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିିଂ

151

ଭୁବନେଶ୍ୱର : ରାଜ୍ୟରେ ସକ୍ରିୟ ରହିଛି କାଳବୈଶାଖୀ । ଏହା ପ୍ରଭାବରେ ମଙ୍ଗଳବାର ଦିନ ରାଜଧାନୀ ଭୁବନେଶ୍ୱର , କଟକ ସମେତ ବାଲେଶ୍ୱର ,ଯାଜପୁର, ଢେଙ୍କାନାଳ, ପୁରୀ , ଜଗତସିଂହପୁର ଆଦି ବିଭିନ୍ନ ଜିଲ୍ଲାରେ ବର୍ଷା ସାଙ୍ଗକୁ ପ୍ରବଳ ବେଗରେ ପବନ ବହିବାର ଦେଖାଦେଇଛି । ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ସାରା ରାଜ୍ୟରେ ବଜ୍ରପାତ ସହ କାଳବୈଶାଖୀ ବର୍ଷା ଆଶଙ୍କା ରହିଛି ଏଥିସହ ପ୍ରବଳ ବେଗରେ ପବନ ମଧ୍ୟ ବହିପାରେ । ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ୧୫ ଟି ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଓ ୧୫ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି,କନ୍ଧମାଳ,ବୌଦ୍ଧ, ଢ଼େଙ୍କାନାଳ ଓ ମୟୁରଭଞ୍ଜ ରହିଛି । ଏହି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି , ବଜ୍ରପାତ ସହ ପ୍ରବଳ ବର୍ଷା ହୋଇପାରେ । ଏଥିସହ ଘଂଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ମଧ୍ୟ ରହିଛି ।

ସେହିପରି ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼,ଅନୁଗୁଳ, କେନ୍ଦୁଝର, ସୁବର୍ଣ୍ଣପୁର,ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର,ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ରହିଛି ।
ଏତଦ୍ ବ୍ୟତୀତ ଆସନ୍ତା ୨୪ ଘଂଟା ମଧ୍ୟରେ ଅନେକ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.