୧୪ ତାରିଖ ଯାଏଁ ପ୍ରବଳ ବର୍ଷିବ

174

– ୨/୩ ଦିନ ମଧ୍ୟରେ ଓଡିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର : ଉତର ବଙ୍ଗୋପସାଗରରେ ଏବଂ ତତସଂଲଗ୍ନ ଅଂଚଳରେ ଆସନ୍ତା ୧୧ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି । ଏଥିସହ ଦକ୍ଷିଣ-ପଶ୍ଚିମ ମୌସୁମୀ ଆସନ୍ତା ୨-୩ ଦିନ ମଧ୍ୟରେ ଓଡିଶାର କିଛି ଅଂଶକୁ ଛୁଇଁପାରେ । ଏହାର ପ୍ରଭାବରେ ଆସନ୍ତା ୧୦ ତାରିଖରୁ ୧୪ ତାରିଖ ମଧ୍ୟର ରାଜ୍ୟ କିଛି ଭାଗରେ ବର୍ଷା , କିଛି ସ୍ଥାନରେ ପ୍ରବଳରୁ ଅତି ପବଳ ବର୍ଷା ହେବାର ସମ୍ଭାବନା ରହିଛି ।ଆସନ୍ତା ଦୁଇ ଦିନ ମଧ୍ୟରେ କେତେକ ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ବଜ୍ରପାତ ହେବା ସମୟରେ ଲୋକମାନେ ସୁରକ୍ଷିତ ସ୍ଥାନରେ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି ।ଏଥିସହ ଗଭୀର ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀମାନେ ୧୦ ତାରିଖ ସୁଦ୍ଧା କୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି ।

ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆଗାମୀ ୨୪ଘଂଟା ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ଆଗାମୀ ୨୪ ଘଂଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା,କୋରାପୁଟ, ମାଲକାନଗିରି, ବୌଦ୍ଧ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ରହିଛି । ଏହି ସମୟରେ ୪୦ରୁ ୫୦ କିମି ବେଗରେ ପବନ ବୋହିପାରେ । ଏହିସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୯ରୁ ୧୦ ତାରିଖ ମଧ୍ୟରେ କେନ୍ଦୁଝର , ମୟୁରଭଂଜ , ବାଲେଶ୍ୱର, ଭଦ୍ରକ, ନବରଙ୍ଗପୁର, କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଂଜାମ, ଗଜପତି, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, ଅନୁଗୁଳ, କେନ୍ଦୁଝର, ମୟୁରଭଂଜ, ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.