ପୁରୀ: ଦର୍ଶନ ନେଇ ଜାରି ହୋଇଥିବା ନିୟମକୁ ନମାନି ଶ୍ରୀମନ୍ଦିରରେ ପ୍ରବେଶ କରିଥିବା ୪ଜଣ ଏଏନ୍ଏମ୍ କର୍ମଚାରୀଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି । ନିକଟରେ ମନ୍ଦିରରେ ପ୍ରବେଶ ନେଇ ଥିବା କଟକଣାକୁ ନମାନି ଏହି ୪ ଜଣ ଏଏନଏମ୍ କର୍ମୀଙ୍କ ମହାପ୍ରଭୁଙ୍କୁ ଦର୍ଶନ ଲାଗି ଶ୍ରୀମନ୍ଦିରରେ ପ୍ରବେଶ କରିଥିଲେ । ଏମାନେ ଡ୍ୟୁଟିରେ ଥାଇ ଶ୍ରୀମନ୍ଦିରରେ ପ୍ରବେଶ କରି ମହାପ୍ରଭୁଙ୍କ ଦର୍ଶନ କରିଥିଲେ । ଏ ନେଇ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ ଜେନା ସୂଚନା ଦେଇଛନ୍ତି । ଯାହା ପରେ ସେମାନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ପ୍ରଶାସନ ପକ୍ଷରୁ ଏବେ କେବଳ ସେବାୟତ ଓ ପୁରୀ ସହରବାସୀଙ୍କୁ ଶ୍ରୀମନ୍ଦିରକୁ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବାର ଅନୁମତି ଦିଆଯାଇଛି । ସେହିପରି ଗତ ୨୩ ତାରିଖରେ ଶ୍ରୀମନ୍ଦିର ଖୋଲିବା ମାତ୍ରେ ବାବା ବୈଷ୍ଣବ ନାମକ ଜଣେ ବାବା ମନଇଚ୍ଛା ଭିତରକୁ ପ୍ରବେଶ କରିଥିଲେ । ଯାହାକୁ ନେଇ ଚର୍ଚ୍ଚା ମଧ୍ୟ ହୋଇଥିଲା ।
Sign in
Sign in
Recover your password.
A password will be e-mailed to you.