ବଙ୍ଗୋପସାଗରରେ ଲଘୁଚାପ, କାଲିଠୁ ପ୍ରବଳ ବର୍ଷା ସମ୍ଭାବନା

160

ଭୁବନେଶ୍ୱର : ମିଆଁମାର ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଏକ ଲଘୁଚାପରେ ପରିଣତ ହୋଇଛି ।ଏହି ଲଘୁଚାପ କ୍ଷେତ୍ର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ରହିଛି ଓ ଉତର-ପଶ୍ଚିମ ଦିଗରେ ଗତି କରୁଛି । ଏହାର ପ୍ରଭାବରେ ଆସନ୍ତା ୨୫ରୁ ୨୯ ସେପ୍ଟେମ୍ବର ପର୍ଯ୍ୟନ୍ତ ଓଡ଼ିଶା, ପଶ୍ଚିମବଙ୍ଗ, ଉତର-ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସମୁଦ୍ର ଅଶାନ୍ତ ରହୁଥିବାରୁ ୨୫ ଓ ୨୬ ତାରିଖରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି ।

ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ସେପ୍ଟେମ୍ବର ୨୫ରୁ ୨୬ ତାରିଖ ମଧ୍ୟରେ ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୨୬ରୁ ୨୭ ତାରିଖ ମଧ୍ୟରେ ପୁରୀ , ଖୋର୍ଦ୍ଧା, ଗଂଜାମ, ଗଜପତି, କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ କଟକ , ଜଗତସିଂହପୁର , କେନ୍ଦ୍ରାପଡା, ନୟାଗଡ, ମାଲକାନଗିରି, କୋରାପୁଟ, ବୌଦ୍ଧ , ନବରଙ୍ଗପୁ, ରାୟଗଡଓ ଭଦ୍ରକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.