ଭୁବନେଶ୍ୱର: ମ୍ୟାଟ୍ରିକ ପରୀକ୍ଷା ନିମନ୍ତେ ପିଲାମାନଙ୍କ ପରୀକ୍ଷା ଫିସ୍ ଛାଡ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନପଟ୍ଟନାୟକ ମଙ୍ଗଳବାର ଦିନ ନିର୍ଦ୍ଦେଶ ଦେଇଛନ୍ତି । ଛାତ୍ର ସମାଜର ବୃହତର ସ୍ୱାଥକୁ ଦୃଷ୍ଟିରେ ରଖି ସେ ଏଭଳି ନିଷ୍ପତ୍ତି ନେଇଥିବା ଜଣାପଡିଛି । ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଦ୍ୱାରା ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ । ଏ ବାବଦରେ ରାଜ୍ୟ ସରକାର ୨୭ କୋଟି ଟଙ୍କା ବ୍ୟୟଭାର ବହନ କରିବେ ବୋଲି ସୂଚନା ମିଳିଛି । ପ୍ରତି ପିଲାଙ୍କୁ ମ୍ୟାଟ୍ରିକ ପରୀକ୍ଷା ନିମନ୍ତେ ୪୨୦ଟଙ୍କା ଲେଖାଏଁ ଫିସ୍ ଦେବାକୁ ପଡିଥାଏ । ସୂଚନାଯୋଗ୍ୟ ଯେ, କରୋନା ମହାମାରୀ ପରିପ୍ରେକ୍ଷୀରେ ୨୦୨୦-୨୧ ଶିକ୍ଷାବର୍ଷ ବିଶେଷ ଭାବରେ ପ୍ରଭାବିତ ହୋଇଛି । ଦୀର୍ଘ ୯ମାସ କାଳ ସ୍କୁଲ ବନ୍ଦ ରହିବା ପରେ ଜାନୁଆରୀ ୮ ତାରିଖରୁ କୋଭିଡ ଗାଇଡଲାଇନ୍ ମଧ୍ୟରେ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀ ଖୋଲାଯାଇଛି । ପିଲାମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ ତଥା ପାଠ୍ୟକ୍ରମରେ ବିଭିନ୍ନ ବିଷୟରେ ଥିବା ସନ୍ଦେହ ଦୂର କରିବା ପାଇଁ କ୍ଲାସ୍ କରାଯାଉଛି । ତେବେ କରୋନା ଯୋଗୁଁ ବହୁ ଲୋକଙ୍କର ଜୀବନଜୀବିକା ପ୍ରଭାବିତ ହୋଇଥିବା ବେଳେ ଅର୍ଥାଭାବରୁ ପିଲାମାନେ ପରୀକ୍ଷା ଦେବାରୁ ବଞ୍ôଚତ ହେବାର ଆଶଙ୍କା ରହିଥିଲା । କିନ୍ତୁ ମୁଖ୍ୟମନ୍ତ୍ରୀଙ୍କର ଏହି ନିଷ୍ପତ୍ତି ଯୋଗୁଁ କୌଣସି ପିଲା ପରୀକ୍ଷା ଦେବାରୁ ବଞ୍ôଚତ ହେବେ ନାହିଁ ।
Sign in
Sign in
Recover your password.
A password will be e-mailed to you.