ମୋ ରାଜ୍ୟର ଚାଷୀ ସମ୍ମାନର ସହ ବଞ୍ଚୁ:ମୁଖ୍ୟ ମନ୍ତ୍ରୀ

154

ଭୁବନେଶ୍ୱର: ଚାଷୀ ପାଇଲେ କାଳିଆ ଯୋଜନାରେସହାୟତା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ କାଳିଆ ଯୋଜନାରେ ୫୩ ଲକ୍ଷରୁ ଅଧିକ ଚାଷୀଙ୍କୁ ୨୦୦୦ ଟଙ୍କା ଲେଖାଏ ସହାୟତା ପ୍ରଦାନ କରିଛନ୍ତି । ସମୁଦାୟ ୧୨୭୨ କୋଟିରୁ ଅଧିକ ଟଙ୍କା ପ୍ରଦାନ କରାଯାଇଛି । ଏହି ଟଙ୍କା ଚାଷୀମାନଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ଟ୍ରାନ୍ସଫର କରାଯାଇଛି । ସୂଚନାଯୋଗ୍ୟ ଯେ କ୍ଷୁଦ୍ର,ନାମମାତ୍ର ଓ ଭୂମିହୀନ ଚାଷୀମାନଙ୍କୁ କୃଷି ଓ ଆନୁସଙ୍ଗିକ କାର୍ଯ୍ୟରେ ସହାୟତା କରିବା ପାଇଁ ୨୦୧୯ ମସିହାରେ କାଳିଆ ଯୋଜନା ଆରମ୍ଭ ହୋଇଥିଲା । ଏହି ଯୋଜନା ଆଜି ଜାତୀୟସ୍ତରରେ ଏକ ଆଦର୍ଶ ଯୋଜନା ହୋଇପାରିଛି ।

ବିଶ୍ୱବ୍ୟାଙ୍କ ତଥ୍ୟ ଅନୁଯାୟୀ କାଳିଆ ଯୋଜନା କାର୍ଯ୍ୟକାରୀ ହେବା ପରେ ପୂର୍ବବର୍ଷ ଅପେକ୍ଷା ଚାଷୀମାନଙ୍କ ଋଣ ଭାର ଅପେକ୍ଷାକୃତ କମିପାରିଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ,”ମୁଁ ଚାହେଁ ମୋ ରାଜ୍ୟର ଚାଷୀ ତାର ଉତ୍ପାଦିତ ଜିନିଷର ଉଚିତ୍ ମୂଲ୍ୟ ପାଉ । ମୁଁ ଚାହେଁ ଚାଷୀର ରୋଜଗାର ବଢୁ । ତାର ଜୀବନଧାରଣ ମାନରେ ଉନ୍ନତି ଆସୁ ।

ମୁଁ ଚାହେଁ ମୋ ରାଜ୍ୟର ଚାଷୀ ସମ୍ମାନର ସହ ବଞ୍ଚୁ । ଏହି ଲକ୍ଷ୍ୟ ନେଇ ମୁଁ କାମ କରୁଛି ।’କୃଷି ଆମ ଅର୍ଥନୀତିର ମୁଖ୍ୟ ଶକ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ,କରୋନା ସମୟରେ ଅର୍ଥନୀତିର ସବୁ କ୍ଷେତ୍ର ଗୁରୁତର ଭାବେ ପ୍ରଭାବିତ ହୋଇଥିଲା । କିନ୍ତୁ ଆମର ଚାଷୀଭାଇମାନଙ୍କ ସାହସ ଓ ପରିଶ୍ରମ କୃଷି କ୍ଷେତ୍ରରେ ଉନ୍ନତି ଆଣିଛି । ଚାଷୀଭାଇ ସଞ୍ଜିବନୀ ପରି ଦେଶର ଅର୍ଥନୀତିକୁ ରକ୍ଷା କରିପାରିଛି ।

“ଚାଷୀରତ୍ୟାଗକୁ, ପରିଶ୍ରମକୁ ମୁଁ ପ୍ରଣାମ କରୁଛି’ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଚାଷୀଙ୍କ ପାଇଁ ଆରମ୍ଭରୁ ସେ କାମ କରି ଆସିଛନ୍ତି ଏବଂ କରି ଚାଲିବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ,ଚାଷୀ ଭଲ ରହିଲେ ଦେଶ ଓ ସମାଜ ଭଲରେ ରହିବ । ଏହି ଲକ୍ଷ୍ୟ ନେଇ ରାଜ୍ୟ ସରକାର ଚାଷୀଭାଇଙ୍କ ପାଇଁ ବିଭିନ୍ନ ଯୋଜନା କରିଆସୁଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏମ୍ଏସ୍ପିକୁ ଦୁଇ ଗୁଣ କରିବା ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ନିକଟରେ ବାରମ୍ବାର ଦାବି କରିଆସୁଛନ୍ତି । ଏହା ସହିତ କୃଷିଜାତ ଜିନିଷ ପାଇଁ ବ୍ୟବସାୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ।

ଚାଷୀଭାଇମାନେ ସରକାରଙ୍କ ବିଭିନ୍ନ କୃଷି କଲ୍ୟାଣ ଯୋଜନାର ସୁବିଧା ନେବେ ଏବଂ ରାଜ୍ୟର ବିକାଶ ଧାରାକୁ ଆଗେଇ ନେବେ ବୋଲି ସେ ଆଶାପ୍ରକାଶ କରିଥିଲେ । ଏହି ଅବସରରେ କୃଷି ଓ କୃଷକ ସଶକ୍ତିକରଣ ମବୀ ଅରୁଣ ସାହୁ କହିଥିଲେ ଅନେକ ପ୍ରାକୃତିକ ବିପର୍ଯ୍ୟୟ ଓ ବର୍ତ୍ତମାନର କୋଭିଡ୍ ପରିସ୍ଥିତି ସତ୍ତେ୍ୱ ଚାଷୀମାନେ ଭଲ ଫସଲ ଅମଳ କରି ଓଡ଼ିଶାକୁ ଆଗକୁ ନେଇପାରିଛନ୍ତି । ମୁଖ୍ୟମବୀଙ୍କ ଦୂରଦୃଷ୍ଟି ଓ ନେତୃତ୍ୱ ଯୋଗୁ ରାଜ୍ୟ କୃଷି କ୍ଷେତ୍ରରେ ଉଲ୍ଲେଖନୀୟ ଅଗ୍ରଗତି କରିପାରିଛି ବୋଲି ସେ କହିଥିଲେ ।

ଏହି ଅବସରରେ କାଳିଆ ଯୋଜନା ସମ୍ପର୍କରେ ଏକ କ୍ଷୁଦ୍ର ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା । ମୁଖ୍ୟମବୀଙ୍କ ୫-ଟି ସଚିବ ଭି.କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । କୃଷି ବିଭାଗର ପ୍ରମୁଖ ସଚିବ ସୌରଭ ଗର୍ଗ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ । ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, କୃଷି ଉତ୍ପାଦନ କମିଶନର ଆର୍.କେ.ଶର୍ମା ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.