ପାଣିପାଗ ବିଭାଗର ପୂର୍ବାନୁମାନ : ବାତ୍ୟା ୟସ୍ ୨୬ ତାରିଖରେ ପାରାଦୀପ ସାଗରଦ୍ୱୀପ ମଝିରେ କରିପାରେ ଲ୍ୟାଣ୍ଡଫଲ

158

ଭୁବନେଶ୍ୱର: ଅବପାତର ରୂପ ନେଇଛି ଲଘୁଚାପ । ବଙ୍ଗୋପସାଗରେ ସୃଷ୍ଟି ଲଘୁଚାପ ଅବପାତରେ ପରିଣତ ହୋଇଛି । ଆସନ୍ତାକାଲି ସୁଦ୍ଧା ବାତ୍ୟାରେ ପରିଣତ ହେବ ୟସ୍ । ଏହା ୨୪ ତାରିଖ ଅର୍ଥାତ୍ ଆସନ୍ତାକାଲି ବାତ୍ୟାର ରୂପ ନେବା ପରେ ‘ୟସ୍’ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହା ଅତି ତୀବ୍ର ସାମୁଦ୍ରିକ ଝଡର ରୂପ ନେବାର ସମ୍ଭାବନା ଥିବା କହିଛନ୍ତି, ଆଚଂଳିକ ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ । ୨୬ ତାରିଖ ସଂଧ୍ୟା ସୁଦ୍ଧା ପଶ୍ଚିମବଙ୍ଗ ସମେତ ଓଡ଼ିଶା ଓ ବାଂଲାଦେଶ ଉପକୂଳରେ ସ୍ଥଳଭାଗ ଅତିକ୍ରମ କରିବ ।

ଏହାର ପ୍ରଭାବରେ ଓଡ଼ିଶାର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ ଓ ଖୋର୍ଦ୍ଧାରେ ପ୍ରବଳ ବର୍ଷା ହୋଇପାରେ । ବାତ୍ୟା ପ୍ରଭାବରେ ୨୪ ତାରିଖ ସନ୍ଧ୍ୟାରୁ ବାତ୍ୟାର ପ୍ରଭାବରେ ପବନ ଆରମ୍ଭ ହେବ । ୨୪ ସନ୍ଧ୍ୟାରୁ ୪୦ରୁ ୫୦ କିମି ବେଗରେ ପବନ ବହିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ୨୫ ତାରିଖରୁ ପବନର ବେଗ ବଢ଼ିବ । ଲ୍ୟାଣ୍ଡଫଲ୍‌ ବେଳକୁ ପବନ ବେଗ ୧୫୫ରୁ ୧୬୫ କିମି ରହିବ । ଏହାପରେ ଧିରେ ଧିରେ ପବନର ବେଗ ବଢି ଘଣ୍ଟା ପ୍ରତି ୧୮୫କିମି ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.