ଓଡ଼ିଶାକୁ ଫେରିଲା ନାଇଟ୍ କର୍ଫ୍ୟୁ

214

ମାଲକାନଗିରି: ଆଜିଠୁ (ମଙ୍ଗଳବାର) ମାଲକାନଗିରିରେ ନାଇଟ କର୍ଫ୍ୟୁ ଲାଗୁ ହେବ । ମାର୍ଚ୍ଚ ୨୩ରୁ ୩୧ ଯାଏଁ ମାଲକାନଗିରିରେ ନାଇଟ କର୍ଫ୍ୟୁ ଲାଗୁ ପାଇଁ ଘୋଷଣା କରିଛି ଜିଲ୍ଲା ପ୍ରଶାସନ । ରାତି ୯ରୁ ସକାଳ ୬ ଯାଏଁ ନାଇଟ କର୍ଫ୍ୟୁ ଜାରି ରହିବ । ସେଠାକାର ଲୋକପ୍ରିୟ ପର୍ବ ବଡଯାତ୍ରାରେ ଜନସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନର ପକ୍ଷରୁ ଏହି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି । ବଡ ଯାତ୍ରାରେ ସର୍ବାଧିକ ୨୦୦ ଲୋକଙ୍କୁ ଏକାଠି ହେବାକୁ ଅନୁମତି ଦିଆଯାଇଛି ।

ଏହାସହ ମାସ୍କ ବ୍ୟବହାର ଓ ସାମାଜିକ ଦୂରତା ପାଳନ କରିବା ବାଧ୍ୟତାମୂଳକ କରାଯାଇଛି । ଯାତ୍ରା, ରାମଲୀଳା,ଦାଶିଆ ନାଚ ପରିବେଷଣ, ମୀନାବଜାର, ଫୁଡ ଷ୍ଟଲ, ପୋଷାକ ଆଦି ବିକ୍ରି ପାଇଁ ଅସ୍ଥାୟୀ ଷ୍ଟଲକୁ ମନା କରାଯାଇଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମାଲକାନଗିରିରେ ଆଗୁଆ ପଦକ୍ଷେପ ନିଆଯାଇଛି ।

Leave A Reply

Your email address will not be published.