ଉତ୍କଳ ଦିବସରେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୁଭେଚ୍ଛା ଜଣାଇଲେ

147

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ସେ ଟ୍ବିଟ କରି କହିଛନ୍ତି ଯେ – ଉତ୍କଳ ଦିବସର ପବିତ୍ର ଅବସରରେ ଶୁଭକାମନା । ଓଡ଼ିଶାର ବିଶେଷ ସଂସ୍କୃତିକୁ ମୋର ସମ୍ମାନ । ଦେଶର ପ୍ରଗତି ପାଇଁ ଓଡ଼ିଶାର ଜନସାଧାରଣଙ୍କ ଅବଦାନ ଅତୁଳନୀୟ । ରାଜ୍ୟର ଜନସାଧାରଣଙ୍କର ସୁଖ ଓ ସମୃଦ୍ଧି କାମନା କରୁଛି ।

ରାଷ୍ଟ୍ରପତି ରାମନାଥ କୋବିନ୍ଦ ଉତ୍କଳ ଦିବସରେ ଜଣାଇଲେ ଶୁଭେଚ୍ଛା:

ଉତ୍କଳ ଦିବସ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ସେ ଟ୍ବିଟ କରି କହିଛନ୍ତି ଯେ – ଉତ୍କଳ ଦିବସରେ ସମସ୍ତଙ୍କୁ, ବିଶେଷ କରି ଓଡ଼ିଶାର ଜନସାଧାରଣଙ୍କୁ ଅଭିନନ୍ଦନ । ମାନବିକତାକୁ ପ୍ରେମ ଏବଂ ଶାନ୍ତିର ଚିରନ୍ତନ ବାର୍ତ୍ତା ଦେଉଥିବା ଏହି ଭୂମିର ଅନନ୍ୟ ସାଂସ୍କୃତିକ ଐତିହ୍ୟ, ପ୍ରାକୃତିକ ସୌନ୍ଦର୍ଯ୍ୟ, ସ୍ଥାପତ୍ୟ, ହସ୍ତ କଳା ଓ ନୃତ୍ୟ ପାଇଁ ଏ ଦେଶ ଗର୍ବିତ । ଓଡ଼ିଶାର ନିରନ୍ତର ବିକାଶ ପାଇଁ ମୋର ଶୁଭକାମନା ।

Leave A Reply

Your email address will not be published.