ଭୁବନେଶ୍ୱର, : ପଣ୍ଡିତ ନୀଳକଣ୍ଠ ଦାସଙ୍କ ୫୬ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ବିଧାନସଭା ପରିସରରେ ଆୟୋଜିତ ଉତ୍ସବରେ ବାଚସ୍ପତି ପ୍ରମିଳା ମଲ୍ଲିକ, ସଂସଦୀୟ ବ୍ୟାପାର, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲି, ବିଧାୟକ ପ୍ରଫୁଲ୍ଲ ସାମଲ, ଅମର ପ୍ରସାଦ ଶତପଥୀ, ଅନନ୍ତ ନାରାୟଣ ଜେନା, ବିଧାନସଭା ସଚିବ ଦାଶରଥି ଶତପଥୀ ପ୍ରମୁଖ ଉପସ୍ଥିତ ରହି ପଣ୍ଡିତ ନୀଳକଣ୍ଠଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ଏହି ଅବସରରେ ଶାଶ୍ୱତୀ ସାଂସ୍କୃତିକ ଓ ସାମାଜିକ କେନ୍ଦ୍ରର କଳାକାରମାନଙ୍କ ପକ୍ଷରୁ ଦେଶାତ୍ମବୋଧକ ସଂଗୀତ ପରିବେଷଣ କରାଯାଇଥିଲା ।
Sign in
Sign in
Recover your password.
A password will be e-mailed to you.