ରାଜ୍ୟରେ ଗତ ୨୪ ଘଂଟାରେ କରୋନାରେ ୪୭ ଜଣଙ୍କର ମୃତ୍ୟୁ

168

-ମୋଟ ମୃତ୍ୟୁ ସଂଖ୍ୟା ୩୨୫୭ ହେଲା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୪୭ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୩୨୫୭ ହୋଇ ଯାଇଛି ।

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ୬ ଜଣ ଆକ୍ରାନ୍ତ ଓ କଟକରୁ ୫, ଅନୁଗୁଳ ଓ ବରଗଡ଼ରୁ ୪ ଜଣ ଲେଖାଏ, ବାଲେଶ୍ୱର, ଭଦ୍ରକ, ବୌଦ୍ଧ, ଢେଙ୍କାନାଳ, ଗଞ୍ଜାମ, ନୟାଗଡ଼ରୁ ୩ ଜଣ ଲେଖାଏ, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀରୁ ୨ ଜଣ ଲେଖାଏ, ବଲାଙ୍ଗିର, ଯାଜପୁର, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।

Leave A Reply

Your email address will not be published.