ଭୁବନେଶ୍ୱର: ଆସନ୍ତା ଏପ୍ରିଲ ୧୭ ତାରିଖରେ ପିପିଲି ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବ । ମଇ ୨ ତାରିଖରେ ଭୋଟ୍ ଗଣତି ପରେ ରେଜଲ୍ଟ ପ୍ରକାଶ ପାଇବ । ମାର୍ଚ୍ଚ ୨୩ ତାରିଖରେ ନିର୍ବାଚନ ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ ପାଇବ । ସେହିପରି ମାର୍ଚ୍ଚ ୩୦ ତାରିଖ ନାମାଙ୍କନ ଦାଖଲର ଶେଷ ତାରିଖ ରହିଥିବା ବେଳେ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ଏପ୍ରିଲ୍ ୩ ରହିଛି । ମଇ ୪ ତାରିଖ ମଧ୍ୟରେ ନିର୍ବାଚନର ସମସ୍ତ ପ୍ରକ୍ରିୟା ଶେଷ ହେବ । ମଙ୍ଗଳବାର ଦିନ ଭାରତୀୟ ନିର୍ବାଚନ କମିଶନ ବିଭିନ୍ନ ରାଜ୍ୟରେ ଖାଲି ପଡିଥିବା ଆସନରେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ।
ଉଲ୍ଲେଖ୍ୟଯୋଗ୍ୟ ଯେ ଗତବର୍ଷ ଅକ୍ଟୋବର ୪ ତାରିଖରେ ପିପିଲିର ବିଜେଡି ବିଧାୟକ ପ୍ରଦୀପ ମହାରଥୀଙ୍କ ମୃତ୍ୟୁ ପରେ ଏହି ଆସନ ଖାଲି ପଡିଛି ।
Sign in
Sign in
Recover your password.
A password will be e-mailed to you.
Next Post