ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମ ଦିନରେ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ
ଭୁୁବନେଶ୍ୱର : ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମ ଦିନରେ ଶୁଭକାମନା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭକାମନା ଜଣାଇଛନ୍ତି ।
ସେ ଟ୍ୱିଟ କରି ଶୁଭକାମନା ଜଣାଇବା ସହ ତାଙ୍କର ସୁସ୍ଥ ଓ ଦୀର୍ଘ ଜୀବନ କାମନା କରିଛନ୍ତି ।
ସେପଟେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମ ଦିନରେ ଶୁଭକାମନା ଜଣାଇଛନ୍ତି । ସେ ପ୍ରଧାନମନ୍ତ୍ରୀ ମୋଦିଙ୍କର ଉତମ ସ୍ୱାସ୍ଥ୍ୟ ଓ ଦୀର୍ଘାୟୁ କାମନା କରିବା ସହ ରାଷ୍ଟ୍ରର ସେବାରେ ଦୀର୍ଘ ଜୀବନ କାମନା କରିଛନ୍ତି ।