ଓଡିଶା ଦିବସରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ

146

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶା ଦିବସରେ ଶୁଭେଚ୍ଛା ଜଣାଇଛନ୍ତି ।

ସେ ଟ୍ବିଟ କରି କହିଛନ୍ତି ଯେ – ରାଜ୍ୟବାସୀଙ୍କୁ ଓଡ଼ିଶା ଦିବସର ଆନ୍ତରିକ ଶୁଭେଚ୍ଛା। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ସହ ଆମ ଭାଷା, ସାହିତ୍ୟ ଓ ସଂସ୍କୃତିର ଗୌରବ ବୃଦ୍ଧି କରିଥିବା ମହାପୁରୁଷମାନଙ୍କ ପ୍ରତି ମୋର ସମ୍ମାନ ଜଣାଉଛି । ବିଭିନ୍ନ କ୍ଷେତ୍ରରେ ଓଡ଼ିଶାର ସ୍ୱତନ୍ତ୍ର ପରିଚୟକୁ ବଜାୟ ରଖିବା ସହ ଏହାକୁ ଆହୁରି ପରିବ୍ୟାପ୍ତ କରିବା ପାଇଁ ଆସନ୍ତୁ ସଂକଳ୍ପବଦ୍ଧ ହେବା ।

ଓଡିଶା ଦିବସରେ ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ :

ପବିତ୍ର ଓଡ଼ିଶା ଦିବସ ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ  ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଛା ଜଣାଇଛନ୍ତି। ଓଡ଼ିଶାକୁ ଏକ ସମୃଦ୍ଧ ରାଜ୍ୟ କରିବାକୁ ସମସ୍ତଙ୍କୁ ସଂକଳ୍ପବଦ୍ଧ ହେବାକୁ ଆହ୍ବାନ ଦେଇଛନ୍ତି। କରୋନା ବିରୁଦ୍ଧରେ ଓଡ଼ିଶାର ଲଢ଼େଇକୁ ପୂର୍ବପରି ବଜାୟ ରଖିବାକୁ ମଧ୍ୟ ମାନ୍ୟବର ରାଜ୍ୟପାଳ ସମସ୍ତଙ୍କୁ ଅନୁରୋଧ କରିଛନ୍ତି।

Leave A Reply

Your email address will not be published.