କାର୍ତ୍ତିକ ପୂର୍ଣିମା ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

168

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ତିକ ପୂର୍ଣିମା ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ।

ସେ ଟ୍ୱିଟ କରି କହିଛନ୍ତି ଯେ – ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉତ୍ସବ ଉପଲକ୍ଷେ ରାଜ୍ୟବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ । ସାଧବ ପୁଅଙ୍କ ନୌବାଣିଜ୍ୟ ପରମ୍ପରା ଆମର ଗୌରବମୟ ଓ ସମୃଦ୍ଧିଶାଳୀ ଅତୀତର ପରିଚୟ । ଏହି ଗରିମାମୟ ଇତିହାସକୁ ସ୍ମରଣ କରି ଆସନ୍ତୁ ଓଡ଼ିଶାର ପ୍ରଗତି ପାଇଁ ଏକ ହୋଇ କାମ କରିବା ।

ସେପଟେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କାର୍ତିକ ପୂର୍ଣିମା ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ।

ସେ ଟ୍ୱିଟ କରି କହିଛନ୍ତି ଯେ – ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉତ୍ସବ ଆମର ଐତିହ୍ୟ, ସଂସ୍କୃତି ଓ ପରମ୍ପରାକୁ ଉଜ୍ଜିବୀତ କରିବାର ଅବସର । ଏହି ଶୁଭ ପର୍ବ ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭକାମନା ।

Leave A Reply

Your email address will not be published.