ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା

177

-ବାଣପୁର ଗ୍ୟାସ ସିଲିଣ୍ଡର ଦୁର୍ଘଟଣା
-ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା

ଭୁବନେଶ୍ୱର : ଗତକାଲି ବାଣପୁର ର ଗମ୍ଭାରୀ ମୁଣ୍ଡା ଗାଁରେ ଗ୍ୟାସ ସିଲିଣ୍ଡର ଦୁର୍ଘଟଣା ରେ ଗୁରୁତର ଆହତ ଜଣେ ବ୍ୟକ୍ତି ଙ୍କର ପରଲୋକ ଖବର ପାଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ

ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।

ଏତଦବ୍ୟତୀତ ଏହି ଦୁର୍ଘଟଣା ରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ୍ୱ୍ୟକ୍ତି ମାନଙ୍କୁ ଉତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।ଏବଂ ସୋମାନଙ୍କ ର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ସୂଚନାଯୋଗ୍ୟ ଗତକାଲି ଘଟିଥିବା ଏହି ଦୁର୍ଘଟଣା ରେ ଗୋଟିଏ ପରିବାରର ସାତଜଣଙ୍କ ସମେତ ଦଶ ଜଣ ଆହତ ହୋଇଛନ୍ତି ।

Leave A Reply

Your email address will not be published.