ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନ ଭଚ୍ଚ୍ର୍ୁଆଲ ମାଧ୍ୟମରେ ନୟାଗଡ଼ରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟକାର୍ଡ ବଂଟନର ଶୁଭାରମ୍ଭ କରିଛନ୍ତି । ସ୍ମାର୍ଟକାର୍ଡ ଦ୍ୱାରା ଜିଲ୍ଲାର ୭.୭୦ଲକ୍ଷ ହିତାଧିକାରୀ ଉପକୃତ ହେବେ । ଏହା ବ୍ୟତୀତ ଜିଲ୍ଲାରେ ହଜାରେ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । କାର୍ଯ୍ୟକ୍ରମରେ କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ, ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ, ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।
Sign in
Sign in
Recover your password.
A password will be e-mailed to you.