ଅବପାତ ରୂପ ନେବା ପରେ ସ୍ପଷ୍ଟ ହେବ ବାତ୍ୟାର ଗତିପଥ : ଆଇଏମଡି ଡିଜି

178

ଭୁବନେଶ୍ୱର : ଗତକାଲି ଦକ୍ଷିଣ ଥାଇଲାଣ୍ଡ ଓ ପାଶ୍ୱବର୍ତୀ ଅଂଚଳରେ ଥିବା ଲଘୁଚାପ ଗତକାଲି ସଂଧ୍ୟାରେ ଆଣ୍ଡାମାନ ସାଗରରେ ପ୍ରବେଶ କରିବା ପରେ ଆଜି କେନ୍ଦ୍ରୀୟ ଆଣ୍ଡାମାନ ସାଗର ଓ ପାଶ୍ୱବର୍ତୀ ଅଂଚଳରେ ସକ୍ରିୟ ରହିଛି । ଆସନ୍ତାକାଲି ଲଘୁଚାପ ଅବପାତରେ ପରିଣତ ହେବ । ଅବପାତରେ ପରିଣତ ହେଲା ପରେ କେଉଁଠି ମାଡ଼ ହେବ ତାହା ସ୍ପଷ୍ଟ ହେବ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରସୂଚନା ଦେଇଛନ୍ତି।

ଅପରପକ୍ଷରେ ଏହାର ପ୍ରଭାବରେ ଡିସେମ୍ବର ୩ ତାରିଖ ବେଳକୁ ଦକ୍ଷିଣ ଉପକୂଳର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ୪ ତାରିଖରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ଏହା ପ୍ରଭାବରେ ପବନ ମଧ୍ୟ ବୋହିବ।

ଆଇଏମଡି ଡିଜି ଆହୁରି କହିଛନ୍ତି, ୪ ତାରିଖରେ ବାତ୍ୟା ଉପକୂଳ ପାଖାପାଖି ହେଲେ ବି ଅତିକ୍ରମ କରିନପାରେ । ବାତ୍ୟା ସ୍ଥଳଭାଗ ନ ଛୁଇଁ ଉତର-ଉତର ପୂର୍ବ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳରେ ବର୍ଷା ହେବ ।

ଭୁବନେଶ୍ୱର ସ୍ଥିତ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ବାତ୍ୟା ପ୍ରଭାବରେ ୩ ତାରିଖ ସକାଳ ଠାରୁ ୪ ତାରିଖ ସକାଳ ମଧ୍ୟରେ ଗଜପତି, ଗଞ୍ଜାମ, ଜଗତସିଂହପୁର ଓ ପୁରୀରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ୪ ଜିଲ୍ଲାରେ ଗୋଟିଏରୁ ୨ଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ମଧ୍ୟ ହୋଇପାରେ । ଏହିସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିିଂ ଜାରି କରାଯାଇଛି । ସମ୍ଭାବ୍ୟ ବାତ୍ୟାର ପ୍ରଭାବ ୪ ତାରିଖରେ ସର୍ବାଧିକ ରହିବ । ସେଥିପାଇଁ ୪ ତାରିଖ ସକାଳ ଠାରୁ ୫ ତାରିଖ ସକାଳ ମଧ୍ୟରେ ଗଜପତି, ଗଞ୍ଜାମ, ଜଗତସିଂହପୁର ଓ ପୁରୀରେ ଭୀଷଣ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡିକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା, କଟକ, କନ୍ଧମାଳ, ରାୟଗଡ ଓ କୋରାପୁଟ ଜିଲ୍ଲାରେ ଅତି ପ୍ରବଳ ବର୍ଷା ପାଇଁ ଅରେଂଜ ୱାର୍ଣ୍ଣିଂ ଏବଂ ଭଦ୍ରକ, ବାଲେଶ୍ୱର, ଯାଜପୁର ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣିର୍ଂ ଜାରି କରିଛି ପାଣିପାଗ ବିଭାଗ ।

ଏହା ବ୍ୟତୀତ ୫ ତାରିଖ ସକାଳ ଠାରୁ ୬ ତାରିଖ ସକାଳ ମଧ୍ୟରେ ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଭଦ୍ରକ, ବାଲେଶ୍ୱର, ଯାଜପୁର, ମୟୁରଭଂଜ ଏବଂ ପୁରୀ ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଏବଂ କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ. ଖୋର୍ଦ୍ଧା, ନୟାଗଡ, ଗଂଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ପ୍ରବଳ ବର୍ଷା ହେତୁ ତଳିଆ ବଂଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା , କଚ୍ଚା ରାସ୍ତା ଓ ଖର କ୍ଷତିଗ୍ରସ୍ତ ହେବା ସହ ପାଣି ଜମିବା, ଫସଲ ନଷ୍ଟ ଏବଂ ପାହାଡିଆ ଅଂଚଳରେ ଭୂସ୍ଖଳନ ଆଶଙ୍କା ରହିଛି । ସମୁଦ୍ର ଅଶାନ୍ତ ରହୁଥିବାରୁ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀ ମାନଙ୍କୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.