୧୦ ଫେବ୍ରୁଆରି ସୁଦ୍ଧା ସମସ୍ତ ସ୍ୱାସ୍ଥ୍ୟକର୍ମୀଙ୍କୁ ପ୍ରଥମ ଡୋଜ ଟିକା ଦେବା ଲକ୍ଷ୍ୟ : ପରିବାର କଲ୍ୟାଣ ନିର୍ଦେଶକ

158
ଭୁବନେଶ୍ୱର: ରାଜ୍ୟ ସରକାର ଆଗାମୀ ଫେବ୍ରୁଆରି ୧୦ ତାରିଖ ସୁଦ୍ଧା ରାଜ୍ୟର ସମସ୍ତ ୩ ଲକ୍ଷ ୫୦ ହଜାର ସ୍ୱାସ୍ଥ୍ୟକର୍ମୀଙ୍କୁ ପ୍ରଥମ ଡୋଜ ଟିକା ଦେବା ଲାଗି ଲକ୍ଷ୍ୟ ରଖିଛନ୍ତି । ରାଜ୍ୟ ପରିବାର କଲ୍ୟାଣ ନିର୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି ।
ଏ ସମ୍ପର୍କରେ ସୂଚନା ଦେଇ ସେ କହିଛନ୍ତି ଯେ ଜାନୁଆରି ୧୬ ତାରିଖରେ ପ୍ରଥମ ଡୋଜ ନେଇଥିବା ସ୍ୱାସ୍ଥ୍ୟକର୍ମୀଙ୍କ ଲାଗି ଦ୍ୱିତୀୟ ଡୋଜ କାର୍ଯ୍ୟକ୍ରମ ଫେବ୍ରୁଆରି ୧୪ ତାରିଖରୁ ଆରମ୍ଭ ହେବ । ସେ ଆହୁରି କହିଛନ୍ତି ଯେ ପ୍ରଥମ ପର୍ଯ୍ୟାୟରେ ଯେଉଁ ୧ଲକ୍ଷ ୯୨ ହଜାର ଟିକାକରଣ କରାଯିବା ଲକ୍ଷ୍ୟ ରଖାଯାଇଥିଲା, ତାହା ଆଜି ସମ୍ପୂର୍ଣ୍ଣ ହୋଇପାରେ । ଅବଶିଷ୍ଟ ଲୋକମାନଙ୍କୁ ୨୮ ତାରିଖରୁ ଟିକା ଦିଆଯିବ । ଏ ପର୍ଯ୍ୟନ୍ତ ୧ ଲକ୍ଷ ୫୨ହଜାର ୩୫୧ ଜଣଙ୍କର ଟିକାକରଣ କରାଯାଇଛି ବୋଲି ସେ ସୂଚନା ଦେଇଛନ୍ତି ।
ସେ କହିଛନ୍ତି ଯେ ଦ୍ୱିତୀୟ ପର୍ଯ୍ୟାୟରେ କୋଭିଡ ଯୋଦ୍ଧାଙ୍କର ଡାଟାବେସ ପ୍ରସ୍ତୁତ ହେଉଛି । ଆଜି ରାତି ୧୨ଟା ପରେ ଜଣାପଡ଼ିବ କେତେ କୋଭିଡ ଯୋଦ୍ଧା ପଞ୍ଜିକୃତ କରିଛନ୍ତି । ବର୍ତମାନ ସୁଦ୍ଧା ୨ୟ ପର୍ଯ୍ୟୟ ପାଇଁ ୨ଲକ୍ଷରୁ ଉର୍ଦ୍ଧ୍ୱ ପ୍ରମୁଖ ଯୋଦ୍ଧାଙ୍କ ତାଲିକା ପ୍ରସ୍ତୁତ ହୋଇସାରିଛି ବୋଲି ସ୍ପଷ୍ଟ କରିବା ସହ ୨ୟ ପର୍ଯ୍ୟାୟ ସରିଲା ପରେ ୩ୟ ପର୍ଯ୍ୟାୟରେ ୫୦ବର୍ଷରୁ ଉର୍ଦ୍ଧ୍ୱ ବୟସ୍କ ଲୋକଙ୍କୁ କରୋନା ଟିକା ଦିଆଯିବ ବୋଲି ପରିବାର କଲ୍ୟାଣ ନିର୍ଦେଶକ କହିଛନ୍ତି ।
Leave A Reply

Your email address will not be published.