ସ୍ୱଚ୍ଛ ବିନ୍ଦୁସାଗର ପ୍ରକଳ୍ପର ଶୁଭାରମ୍ଭ

174

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଦିନ ଏକାମ୍ର କ୍ଷେତ୍ରର ଐତିହ୍ୟ ସମ୍ପନ୍ନ ପୁଷ୍କରିଣୀ ବିନ୍ଦୁସାଗରର ସଫେଇ ପାଇଁ ଶନିବାର ସ୍ୱଚ୍ଛ ବିନ୍ଦୁସାଗର ପ୍ରକଳ୍ପର ଶୁଭ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଭିଡିଓ କନ୍ଫରେନ୍ସିଂ ଜରିଆରେ ଏହାର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗ ଦେଇଥିବାବେଳେ କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରଧାନ ବିନ୍ଦୁସାଗର କୂଳରେ ଉପସ୍ଥିତ ଥିଲେ । । ଭୁବନେଶ୍ୱରର ଲୋକସଭା ସାଂସଦ ଅପରାଜିତା ଷଡ଼ଙ୍ଗୀ, ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଓ ଅଶୋକ ପଣ୍ଡା ପ୍ରମୁଖ ବି ଏହି ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।
ଏଠାରେ ଉଲ୍ଲେଖ କରା ଯାଇ ପାରେ ଯେ ଆଇଓସିଏଲ୍ ଦ୍ୱାରା ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ କେମିକାଲ୍ ଟେକ୍ନୋଲୋଜି (ଆଇସିଟି), ଭୁବନେଶ୍ୱର ଏବଂ ଓଡ଼ିଶା ସେତୁ ନିର୍ମାଣ ନିଗମ ଏହି ସଫେଇ କାର୍ଯ୍ୟ ଦାୟିତ୍ୱ ନେଇଛନ୍ତି । ପ୍ରଥମେ ବିନ୍ଦୁସାଗର ପାଣି ବିଶୋଧନ କରାଯିବ ଓ ପରେ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ କରାଯିବ ।ବୈଜ୍ଞାନିକ ପଦ୍ଧତିରେ ଏହାକୁ ବିଶୋଧନ କରାଯିବ । ପ୍ରାଚୀନ ଏହି ପୋଖରୀର ପୁନରୁଦ୍ଧାର କରାଯାଇ ପୂର୍ବାବସ୍ଥା ଫେରାଇ ଅଣାଯିବ ବୋଲି ସୂଚନା ଦିଆ ଯାଇଛି ।

Leave A Reply

Your email address will not be published.