ଗ୍ଵାଲିୟର ସଡକ ଦୁର୍ଘଟଣାରେ ପୀଡିତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ଗ୍ଵାଲିୟରଠାରେ ଘଟିଥିବା ଦୁର୍ଭାଗ୍ୟଜନକ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟତମ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ 2 ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିବା ପାଇଁ ଘୋଷଣା କରିଛନ୍ତି ।
ଏଥିସହିତ ଗୁରୁତର ଭାବେ ଆହତ ବ୍ୟକ୍ତିଙ୍କୁ 50 ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବା ନେଇ ମଧ୍ୟ ଘୋଷଣା କରିଛନ୍ତି ।